www.samajalive.in
Saturday, December 6, 2025
14.1 C
Bhubaneswar

ମହିଳା ସଂରକ୍ଷଣ ରାଜନୀତି ; ସବୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର : ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କ ପାଇଁ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ସମର୍ଥନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହମତି ଲୋଡ଼ିବା ସହିତ ସେମାନଙ୍କ ନିକଟକୁ ପତ୍ର ଲେଖିଛନ୍ତି।
ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଦେଶ ଓ ସମାଜ ଗଠନରେ ମହିଳାମାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ମହିଳାମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବା ସହିତ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହେବ। ମହିଳାମାନେ ସଶକ୍ତ ନହେଲେ କୌଣସି ପରିବାର, ସମାଜ, ରାଜ୍ୟ ବା ଦେଶ ଅଗ୍ରଗତି କରିପାରିବ ନାହିଁ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ଲୋକସଂଖ୍ୟାର ଅର୍ଦ୍ଧେକ ହେଉଛନ୍ତି ମହିଳା। ତେଣୁ ବିକାଶ ପ୍ରକ୍ରିୟା ଏବଂ ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସେମାନଙ୍କ ଯୋଗଦାନ ଗଣତନ୍ତ୍ରକୁ ଅଧିକ ସୁଦୃଢ଼ କରିବ। ୧୯୯୦ରେ ପ୍ରବାଦ ପୁରୁଷ ବିଜୁବାବୁ ନେଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଜୁ ବାବୁ ହିଁ ସାରା ଦେଶରେ ପ୍ରଥମ କରି ମହିଳାଙ୍କ ପାଇଁ ବିଭିନ୍ନ ପଞ୍ଚାୟତ, ପୌର ପରିଷଦ ସମେତ ସରକାରୀ ଚାକିରିରେ ୩୩ପ୍ରତିଶତ ସ୍ଥାନ ସଂରକ୍ଷଣ ଆରମ୍ଭ କରିଥିଲେ ଏବଂ ଏହା ଅତ୍ୟନ୍ତ ପ୍ରଭାବଶାଳୀ ହୋଇପାରିଛି। ଏହି ସଫଳତାକୁ ଦୃଷ୍ଟିରେ ରଖି ୨୦୧୧ରେ ମୋ ସରକାର ମହିଳାଙ୍କ ପାଇଁ ପଞ୍ଚାୟତ ଓ ପୌର ପରିଷଦର ସ୍ଥାନ ସଂରକ୍ଷଣ ୫୦ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଆମ ସମ୍ବିଧାନ ଲିଙ୍ଗଗତ ବୈଷମ୍ୟ ଦୂର କରାଯିବା ଉପରେ ଗୁରୁତ୍ୱ ଦେଇଛି। ଏଥିପାଇଁ ଆମେ ସମସ୍ତେ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିବା ଆବଶ୍ୟକ।
ମୁଖମନ୍ତ୍ରୀ କହିଛନ୍ତି ଯେ ମୁଁ ଆନନ୍ଦର ସହିତ ଆପଣଙ୍କୁ ଜଣାଇବାକୁ ଚାହେଁ ଯେ ମହିଳାଙ୍କ ପାଇଁ ପାର୍ଲାମେଣ୍ଟ ଓ ବିଧାନସଭାରେ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ଦେବା ସପକ୍ଷରେ ଓଡ଼ିଶା ବିଧାନସଭା ଏକ ସଂକଳ୍ପ ପାରିତ କରିଛି। ମହିଳାଙ୍କ ପାଇଁ ପାର୍ଲାମେଣ୍ଟ ଓ ବିଧାନସଭାର ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ବ୍ୟବସ୍ଥା କରିବା ଦିଗରେ ନେତୃତ୍ୱ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ ଲୋଡ଼ି ପତ୍ର ଲେଖିଥିବା ବିଷୟ ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ମହିଳାମାନଙ୍କୁ ସମାଜରେ ଉପଯୁକ୍ତ ସ୍ଥାନ ଦେବା ପାଇଁ ମୁଖ୍ୟମନ୍ତ୍ରୀମାନଙ୍କର ସହଯୋଗ ମହିଳା ସଶକ୍ତୀକରଣକୁ ନୂତନ ମାର୍ଗଦେବ ବୋଲି ଶ୍ରୀ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories