www.samajalive.in
Sunday, December 7, 2025
23.1 C
Bhubaneswar

ସାଢେ ଚାରିକୋଟି ରାଜ୍ୟବାସୀ ମୋର ପରିବାର; ମୁଖ୍ୟମନ୍ତ୍ରୀ

ସମ୍ବଲପୁର : କୁଚିଣ୍ଡା ସହରର ମୁକୁନ୍ଦି ଖେଳ ପଡ଼ିଆରେ ରବିବାର ଆୟୋଜିତ ନିର୍ବାଚନ ପ୍ରଚାର ସଭାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଉଦବୋଧନ ଦେଇଛନ୍ତି। ସେ ନିଜର ଅଭିଭାଷଣରେ କହିଛନ୍ତି, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହେଲେଣି। କିନ୍ତୁ କେନ୍ଦ୍ର ଏହାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। ମୁଁ ଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରିପାରିବେ ନାହିଁ। ଆମ ସରକାର ଆସିବାର ପ୍ରଥମ ଦିନରେ କାଳିଆ ଯୋଜନାର ଦୁଇଟି କିସ୍ତିର ୧୦ ହଜାର ଟଙ୍କା ଏକାସାଙ୍ଗରେ ବ୍ୟାଙ୍କ ଖାତାକୁ ଯିବ। ବିଜେଡ଼ି ମହିଳାଙ୍କୁ ହକ ଦେଇଛି। ମିଶନ ଶକ୍ତି ମହିଳାଙ୍କୁ ସହାୟତା ଦେଉଛି। ଭୋଟ ସମୟ ଆସିବାରୁ କେନ୍ଦ୍ରୀୟ ନେତାମାନେ ଓଡ଼ିଶାକୁ ଆସୁଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନେ କୁଆଡ଼େ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ସମବେତ ଜନତାଙ୍କୁ କହିଥିଲେ। କେନ୍ଦ୍ର ଅନୁସୂଚୀତ ଜାତି/ଜନଜାତି ବିଦ୍ୟାର୍ଥୀଙ୍କ ବୃତ୍ତି ଅର୍ଥ ବନ୍ଦ କଲେ। କୋଶଳୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ଦେଲେ ନାହିଁ। ସାଢେ ଚାରିକୋଟି ରାଜ୍ୟବାସୀ ମୋର ପରିବାର। ଆପଣମାନେ ମତେ ଆଶୀର୍ବାଦ କରନ୍ତୁ। ଏଥର ବିଜେପି ବହୁତ କମ ଆସନ ପାଇବ, ସେଥିପାଇଁ ତାଙ୍କ ନେତାମାନେ ବିଭ୍ରାନ୍ତିକର କଥା କହୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories