www.samajalive.in
Monday, December 15, 2025
16.1 C
Bhubaneswar

ଓଡ଼ିଶା ଆଦର୍ଶ ବିଦ୍ୟାଳୟ: ୪୮୯ ଶିକ୍ଷକ ଓ ୮ ଜଣ ଅଧ୍ୟକ୍ଷଙ୍କୁ ନିଯୁକ୍ତି ପତ୍ର

ଭୁବନେଶ୍ବର : ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବନିଯୁକ୍ତ ୪୮୯ ଜଣ ଶିକ୍ଷକ ଏବଂ ୮ ଜଣ ଅଧ୍ୟକ୍ଷଙ୍କୁ ମାର୍ଗଦର୍ଶନ କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ବୁଧବାର ରବୀନ୍ଦ୍ର ପଣ୍ଡପ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ଯୋଗଦେଇ କହିଥିଲେ ଯେ ଶିକ୍ଷାଦନ ଏକ ମହାନ ବୃତ୍ତି। ଶ୍ରେଣୀ କକ୍ଷରେ ହିଁ ଦେଶରେ ଭବିଷ୍ୟତ ଗଠନ କରାଯାଇଥାଏ। ତେଣୁ କେବଳ ପୁସ୍ତକଗତ ଶିକ୍ଷା ଦାନ ଉପରେ ସୀମିତ ନ ରହି ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ବ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଗୁଣାତ୍ମାକ ଶିକ୍ଷା ପ୍ରତି ତାଙ୍କ ସରକାର ପ୍ରତିବଦ୍ଧତାକୁ ଦୋହରାଇ କହିଥିଲେ ବର୍ତ୍ତମାନ ରାଜ୍ୟରେ ୨୧୪ଟି ଆଦର୍ଶ ବିଦ୍ୟାଳୟ ଥିବାବେଳେ ଖୁବ ଶୀଘ୍ର ଆଉ ୧୦୦ଟି ଆଦର୍ଶ ବିଦ୍ୟାଳୟ ଖୋଲାଯିବ। ଆଦର୍ଶ ବିଦ୍ୟାଳାୟ ଉତ୍ତମ ଶିକ୍ଷାଦାନ ସହିତ ପିଲାଙ୍କ ସ୍ବପ୍ନକୁ ସାକାର କରିବାରେ ସହାୟକ ହେବ ।

- Advertisement -

ଏହି ଅବସରରେ ସିବିଏସଇ ଦଶମ ଶ୍ରେଶୀ ପରୀକ୍ଷା ଦେଇଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ ବ୍ୟାଚର ପିଲାମାନଙ୍କ ମଧ୍ୟରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ୯ଜଣ ଛାତ୍ରଛାତୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ ଏବଂ ଆଦର୍ଶ ବିଦ୍ୟାଳୟର ନୂଆ ଓ୍ବେବସାଇଟର ଲୋକାର୍ପଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷକ ମନ୍ତ୍ରୀ  ସମୀର ଦାଶ , ଆଦର୍ଶ ବିଦ୍ୟଳୟ  ସଂଗଠନର ଉପଦେଷ୍ଟା ଡ. ବିଜୟ କୁମାର ସାହୁ, ବିଭାଗୀୟ ଶାସନ ସଚିବ ଓ ପ୍ରକଳ୍ପ ନିର୍ଦ୍ଦଶକ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories