ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, କୋଭିଡ୍-୧୯ ନିୟନ୍ତ୍ରଣ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ପୋଲିସ, ଆଶାକର୍ମୀ, ଅଙ୍ଗନବାଡ଼ି କର୍ମୀ ଓ ଅନ୍ୟ କର୍ମଚାରୀ ହେଉଛନ୍ତି କୋଭିଡ୍ ଯୋଦ୍ଧା । ସେମାନଙ୍କ ପାଇଁ ୫୦ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ବିଷୟ ଘୋଷଣା କରାଯାଇଛି। ସଂପୃକ୍ତ କର୍ମଚାରୀଙ୍କ ମଧ୍ୟରେ ଏ ବାବଦରେ ସଚେତନତା ସୃଷ୍ଟି କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।
ଆଗାମୀ ଦିନରେ ରାଜ୍ୟ ବାହାରୁ ଅନେକ ଶ୍ରମିକ ଫେରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଶୀଘ୍ର ଅଧିକ ସଂଖ୍ୟକ ନମୁନା ପରୀକ୍ଷଣ ପାଇଁ ଆଇସିଏମ୍ଆର୍ ସ୍ୱୀକୃତିପ୍ରାପ୍ତ ଘରୋଇ ପରୀକ୍ଷାଗାର ବ୍ୟବହାର କରିବା ସହିତ ପରୀକ୍ଷଣ ସଂଖ୍ୟାକୁ ଦୈନିକ ୧୫ ହଜାରକୁ ବୃଦ୍ଧି କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
କରୋନା ଯୋଦ୍ଧାଙ୍କୁ ୫୦ଲକ୍ଷ ଟଙ୍କାର ସହାୟତା
Popular Categories


