www.samajalive.in
Monday, December 15, 2025
26.1 C
Bhubaneswar

ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି । ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ନିକଟରେ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି ନବୀନ ।

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’। ମୁଖ୍ୟମନ୍ତ୍ରୀ କହିଥିଲେ, ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

- Advertisement -

ସୂଚନା ଯୋଗ୍ୟ ଯେ, ବିରୋଧୀ ଦଳ ନେତା ତାଙ୍କର ଦେହ ଅସୁସ୍ଥ ଥିବାରୁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେଣୁ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ, ଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସମୟରେ ‘ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ବୋଲି ପ୍ରଧାନମନ୍ତ୍ରୀ ପଚାରିଥିଲେ’। ସେହି ସମୟରେ ଶ୍ରୀ ପଟ୍ଟନାୟକ ମୁମ୍ବାଇରେ ଚିକିତ୍ସାଧୀନ ଥିଲେ। ମୁଖ୍ୟମନ୍ତ୍ରୀ ଆଗାମୀ ବିଧାନସଭା ଅଧିବେଶନ ଯେପରି ସୁରୁଖୁରୁରେ ପରିଚାଳିତ ହେବ, ସେଥିନେଇ ସହଯୋଗ କାମନା କରିଥିଲେ।

ସୂଚନାନୁଯାୟୀ, ଡିହାଇଡ୍ରେସନ କାରଣରୁ ରବିବାର ସନ୍ଧ୍ୟାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା ।

ଜାଣନ୍ତୁ.. ସେପ୍ଟେମ୍ବର ୭ର ବର୍ଷର ଶେଷ ଚନ୍ଦ୍ର ଗ୍ରହଣ କାହିଁକି ଖାସ୍‌ : ଏହି ୪ ରାଶିଙ୍କ ଭାଗ୍ୟରେ ହେବ ବଡ ପରିବର୍ତ୍ତନ,ହେବେ ଧନୀ, ମିଳିବ ଏସବୁ..

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories