www.samajalive.in
Saturday, December 6, 2025
16.1 C
Bhubaneswar

ପିଲାଙ୍କ ସହ ଜନ୍ମ ଦିନ ପାଳନ କରି ମୁଁ ବହୁତ ଖୁସି -ନବୀନ

ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ ଆଜି ୭୯ ବର୍ଷରେ ପଦାର୍ପଣ କରିଛନ୍ତି । ସରଳ ଓ ନିରାଡ଼ମ୍ବର ଜୀବନ ଶୈଳୀରେ ବିଶ୍ୱାସ ରଖୁଥିବା ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନଏସଓଏସ୍‍ ଭିଲେଜର ପିଲାମାନଙ୍କ ଗହଣରେ କାଟିଥିଲେ ।

- Advertisement -

ଆଜି ପୂର୍ବାହ୍ନରେ ଶ୍ରୀ ପଟ୍ଟନାୟକ ସେଠାର ପହଂଚିବା ପରେ ପିଲାମାନେ ତାଙ୍କୁ ସ୍ୱାଗତ କରିଥିଲେ। ପିଲାମାନେ ଦ୍ୱାରା ପ୍ରସ୍ତୁତ କେକ୍‍ ଶ୍ରୀ ପଟ୍ଟନାୟକ କାଟିବା ସହ ପିଲାମାନଙ୍କୁ ନିଜେ କେକ୍‍ ଖୁଆଇ ଦେଇଥିଲେ ଓ ଉପହାର ଦେଇଥିଲେ ।
ପିଲାମାନଙ୍କୁ ଆଶୀର୍ବାଦ କରି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଆଜି ପିଲାମାନଙ୍କ ସହ ଜନ୍ମ ଦିନ ପାଳନ କରି ସେ ବହୁତ ଖୁସି । ତାଙ୍କ ଜନ୍ମ ଦିନରେ ସାମିଲ ହୋଇଥିବାରୁ ପିଲାମାନଙ୍କୁ ଧନ୍ୟବାଦ ଜଣାଇବା ସହ ଭବିଷ୍ୟତରେ
ଭଲ ମଣିଷ ହେବା ପାଇଁ ଆଶୀର୍ବାଦ କରିଥିଲେ ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories