www.samajalive.in
Monday, December 8, 2025
13.1 C
Bhubaneswar

ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା’ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା’ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମା’ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ।
ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି। ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି।
ଏହି ଅବସରରେ ୩ ଜଣ ହବିଷ୍ୟାଳି ମା’ ଗଞ୍ଜାମର ଉର୍ମିଳା ପଟ୍ଟନାୟକ, ମୟୁରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡଲିମଣି ନାଇଡୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ। ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପୁରୀ ବିଧାୟକ, ଜିଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ। ପୁରୀ ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତି ଜିଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories