www.samajalive.in
Monday, December 8, 2025
16.1 C
Bhubaneswar

ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ; ପ୍ରତି ମାସ ୭ସୁଦ୍ଧା ରିପୋର୍ଟ

ଭୁବନେଶ୍ବର : ପଞ୍ଚମ ଥର ବିଜେଡି ସରକାର କ୍ଷମତାକୁ ଫେରିବା ପରେ ଏବେ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବା ପାଇଁ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଣିକି ଚିରାଚରିତ ଢଙ୍ଗରେ ସମୀକ୍ଷା ନକରି ପ୍ରତି ମାସର ୭ତାରିଖ ସୁଦ୍ଧା ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ କି ଅଗ୍ରଗତି ଘଟିଛି ସେ ସମ୍ପର୍କରେ ମନ୍ତ୍ରୀମାନେ ମୁଖମନ୍ତ୍ରୀଙ୍କ ନିକଟରେ ରିପୋର୍ଟ ଦାଖଲ କରିବେ।
ପ୍ରତିମାସ ୭ତାରିଖ ପୂର୍ବରୁ ମନ୍ତ୍ରୀମାନେ ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବେ କାର୍ଯ୍ୟକାରୀ କରିବା ଦିଗ​‌େ​‌ର କ’ଣ ପଦକ୍ଷେପ ନେଇଛନ୍ତି ସେ ସମ୍ପର୍କରେ ତାଙ୍କୁ ରିପୋର୍ଟ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ଆଗାମୀ ଜୁଲାଇ ୭ତାରିଖ ମଧ୍ୟରେ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସେମାନଙ୍କର ପ୍ରଥମ ରିପୋର୍ଟ ପ୍ରଦାନ କରିବେ।

ସୂଚନାଯୋଗ୍ୟ ଯେ, ମେ ୨୯ତାରିଖରେ ନୂଆ ସରକାର ଦାୟିତ୍ବ ଗ୍ରହଣ କରିବା ପରେ ମନ୍ତ୍ରିମଣ୍ଡଳ ବୈଠକ ବସି ନିର୍ବାଚନ ସମୟରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ତଥା ଦଳୀୟ ଇସ୍ତାହାରର ପ୍ରସ୍ତାବଗୁଡ଼ିକୁ ସରକାରଙ୍କ ପ୍ରମୁଖ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରିଥି​‌େ​‌ଲ। ସେତେବେଳେ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜିଠାରୁ ଠିକ ୩୬୫ ଦିନ ପରେ ୨୦୨୦ ମେ ୨୯ତାରିଖରେ ଆମେ ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ଓ ଏହାର ରୂପାୟନ ସମ୍ପର୍କରେ ଜଣାଇବୁ। ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ମୁଁ ଚାହେଁ ଆମ ମନ୍ତ୍ରୀ ପରିଷଦର ସଦସ୍ୟମାନେ ଏହି ପ୍ରତିଶ୍ରୁତିଗୁଡ଼ିକର ସଫଳ ରୂପାୟନ ପାଇଁ ନିଜର ଶ୍ରେଷ୍ଠ ଉଦ୍ୟମ କରନ୍ତୁ’।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶାସନର ତିନିଟି ମନ୍ତ୍ର ଟିମ ୱାର୍କ, ଟ୍ରାନ୍ସପରେନ୍ସି ଓ ଟେକ୍ନୋଲୋଜି ସହିତ ଟ୍ରାନ୍ସଫରମେସନ ନିମନ୍ତେ ପଞ୍ଚମ ପରିମାପକ ସମୟ(ଟାଇମ)କୁ ଅନ୍ତର୍ଭୁକ୍ତ କରିଥିଲେ ଏବଂ ଏକ ଗତିଶୀଳ ପ୍ରଶାସନିକ ମଡ଼େଲ ଉପରେ ଗୁରୁତ୍ବ ଆରୋପ କରିଥିଲେ। ଗରିବୀ ଦୂର କରିବା, ମହିଳାଙ୍କ ବିକାଶ ଓ ଅଭିବୃଦ୍ଧିରେ ସମାନ ଭାଗିଦାରୀ, ଦୁର୍ବଳ ଶ୍ରେଣୀର ଲୋକଙ୍କ ବିକାଶ ଏବଂ ଯୁବକମାନଙ୍କ ସ୍ବପ୍ନର ସଫଳ ରୂପାୟନ ଜରିଆରେ ଏକ ସଶକ୍ତ ଓଡ଼ିଶା ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଏହିସବୁ ଦିଗ ଉପରେ ଗୁରୁତ୍ବ ଆରୋପ କରି ମନ୍ତ୍ରୀମାନେ ସେମାନଙ୍କ ବିଭାଗର ପ୍ରାଥମିକ କ୍ଷେତ୍ର ଉପରେ ତ୍ବରିତ ପଦ​‌େ​‌କ୍ଷପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories