www.samajalive.in
Saturday, December 6, 2025
26.1 C
Bhubaneswar

ନିଶ୍ଚିନ୍ତକୋଇଲି ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ। ଏଥିସହ ଆହତ ଓ ଗୁରୁତରମାନଙ୍କ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ନିଶ୍ଚିନ୍ତକୋଇଲି କଟରପଡା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌‌-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ୪୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି। କେନ୍ଦ୍ରାପଡାରୁ କଟକ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ରାଜକନିକା ଓ ଆଳି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ୍‌‌ରେ ପ୍ରାୟ ୬୦ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ। କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories