www.samajalive.in
Monday, December 15, 2025
26.1 C
Bhubaneswar

ଅହମ୍ମଦାବାଦ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ନବୀନ, କହିଲେ..

ଭୁବନେଶ୍ଵର: ଅହମ୍ମଦାବାଦ ବିମାନ ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟାନାୟକ। ଏଥିସହ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ନବୀନ ‘ଏକ୍ସ’ରେ ଲେଖିଛନ୍ତି, ‘‘ଅହମ୍ମଦାବାଦ-ଲଣ୍ଡନ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଖବର ଶୁଣି ଗଭୀର ମର୍ମାହତ, ଯେଉଁଥିରେ ଶତାଧିକ ଲୋକ ଯାତ୍ରା କରୁଥିଲେ। ଏହି ଦୁଃଖଦ ଘଟଣାରେ ଗଭୀର ଭାବରେ ପ୍ରଭାବିତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଏବଂ ପ୍ରାର୍ଥନା।’’


ସୂଚନାଯୋଗ୍ୟ, ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories