www.samajalive.in
Sunday, December 14, 2025
19.1 C
Bhubaneswar

ସମସ୍ତେ ମିଳିମିଶି, କଠିନ ପରିଶ୍ରମ କରି ଅଞ୍ଚଳର ବିକାଶକୁ ଆଗେଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ପୌରାଞ୍ଚଳ ଓ ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡିକର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ସମସ୍ତ ପ୍ରତିନିଧି ମାନଙ୍କୁ ନିର୍ବାଚନରେ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହିତ ସମସ୍ତେ ମିଳିମିଶି ଓ କଠିନ ପରିଶ୍ରମ କରି ନିଜ ନିଜ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ଆଗେଇ ନେବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳି ଓ ଶେରଗଡର ବିକାଶ ପାଇଁ ସେ ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକ୍ରମରେ ହିଞ୍ଜିଳି ପୌରାଞ୍ଚଳର ଅଧ୍ୟକ୍ଷ, ଉପାଧ୍ୟକ୍ଷ, କାଉନସିଲର ମାନେ ଯୋଗ ଦେବା ସହିତ ଶେରଗଡ ଓ ହିଞ୍ଜିଳିକାଟୁ ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟାନ୍ୟ ଲୋକପ୍ରତିନିଧିଙ୍କୁ ମିଶାଇ ୨୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories