www.samajalive.in
Friday, December 5, 2025
20.1 C
Bhubaneswar

ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣା ଦୁଃଖଦ: ନବୀନ

ଭୁବନେଶ୍ବର : ଆମ୍ବ ଟାକୁଆ ଜାଉ ଖାଇ ଦୁଇଜଣ ପ୍ରାଣ ହରାଇବା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପିର ମୋହନ ସରକାରଙ୍କୁ ସମାଲୋଚନା କରିଛନ୍ତି। ନବୀନ କହିଛନ୍ତି ଯେ, ଓଡ଼ିଶା ଖାଦ୍ୟ ସୁରକ୍ଷାରେ ଏକ ନମ୍ବର ରାଜ୍ୟ ଥିବାବେଳେ ଆମ୍ବ ଟାକୁଆ ଖାଇ କନ୍ଧମାଳର ଦୁଇ ଆଦିବାସୀ ମହିଳା ପ୍ରାଣ ହରାଇବା ଅତ୍ୟନ୍ତ ଦୁଃଖଦ କଥା। ଏପରି ଘଟଣା ଦୁଇ ଦଶନ୍ଧି ତଳେ ଦେଖିବାକୁ ମିଳୁଥିଲା। ମାଣ୍ଡିପଙ୍କା ଗାଁର ନିରୀହ ଆଦିବାସୀ ଭାଇଭଉଣୀଙ୍କ ଚାରି ମାସ ଧରି ରେସନ ଚାଉଳ ବନ୍ଦ କାରଣରୁ ସେମାନେ ଆମ୍ବ ଟାକୁଆ ଖାଇବାକୁ ବାଧ୍ୟ ହୋଇଛନ୍ତି; ଯାହା ଆହୁରି ଦୁଃଖଦାୟକ।
ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି ଯେ, ବିଜେଡି ସରକାର ସମୟରେ ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରି ଏନ୍‌ଏଫ୍‌ଏସ୍‌ଏ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକ ନମ୍ବର ରାଜ୍ୟ ହୋଇଥିଲା। ଏହାକୁ ଆହୁରି ବ୍ୟାପକ କରିବା ପାଇଁ ଆମେ ସ୍ବତନ୍ତ୍ର ଭାବେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଲାଗୁ କରିଥିଲୁ। ହେଲେ ଏକ ନମ୍ବର ରାଜ୍ୟ ଭାବେ କେନ୍ଦ୍ର ସରକାରଙ୍କଠାରୁ ସମ୍ମାନିତ ହୋଇଥିବା ଓଡ଼ିଶା ଆଜି ଏପରି ସ୍ଥିତିରେ ପହଞ୍ଚିବା ଅତ୍ୟନ୍ତ ଦୁଃଖଦ ଓ ଦୁର୍ଭାଗ୍ୟଜନକ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories