www.samajalive.in
Sunday, December 7, 2025
26.1 C
Bhubaneswar

ଅକୁଣ୍ଠ ଭଲପାଇବା ଦେଇଥିବାରୁ ମୁଁ କୃତଜ୍ଞ: ନବୀନ

ଭୁବନେଶ୍ବର: ବ୍ରଜରାଜନଗର ଉପନିର୍ବାଚନରେ ଦଳର ଦମ୍‌ଦାର ବିଜୟ ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବ୍ରଜରାଜନଗରବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଏହା ବ୍ୟତୀତ ଦଳର ସମସ୍ତ କର୍ମୀମାନଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି।

ନବୀନ ଟ୍ବିଟ୍‌ କରି ଲେଖିଛନ୍ତି ଯେ, ‘‘ବ୍ରଜରାଜନଗର ଉପନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଥିବା ବିଜେଡ଼ି ପ୍ରାର୍ଥୀ ଶ୍ରୀମତି ଅଳକା ମହାନ୍ତିଙ୍କୁ ମୋର ଶୁଭେଚ୍ଛା। ଅକୁଣ୍ଠ ଭଲପାଇବା ଦେଇଥିବାରୁ ବ୍ରଜରାଜନଗରବାସୀଙ୍କୁ ମୋର କୃତଜ୍ଞତା ସହ ନିଷ୍ଠାପର ଉଦ୍ୟମ କରିଥିବା ସମସ୍ତ କର୍ମୀ ଭାଇଭଉଣୀଙ୍କୁ ଧନ୍ୟବାଦ ଜଣାଉଛି। ଏହି ବିଜୟ ଆମର ସେବା ସଙ୍କଳ୍ପକୁ ଆହୁରି ଦୃଢ କରିଛି’’।

- Advertisement -


ସୂଚନାଯୋଗ୍ୟ, ବ୍ରଜରାଜନଗର ଉପନିର୍ବାଚନରେ ଆଜି ବିଜେଡିର ବିପୁଳ ବିଜୟ ହୋଇଛି। ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ମୋଟ ୯୩ ହଜାର ୭୯୦ ଭୋଟ ପାଇଛନ୍ତି। ନିକଟତମ ପ୍ରତିଦ୍ବନ୍ଦୀ କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ପ୍ରାୟ ୬୬ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଛନ୍ତି ଅଳକା ମହାନ୍ତି। ଦ୍ବିତୀୟ ସ୍ଥାନରେ ଥିବା କଂଗ୍ରେସ ପ୍ରାର୍ଥୀ ୨୭ ହଜାର ୫୬୫ ଭୋଟ ପାଇଛନ୍ତି। ସେହିପରି ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ୨୨ ହଜାର ୩୧୬ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories