www.samajalive.in
Sunday, December 14, 2025
26.1 C
Bhubaneswar

ମୁମ୍ବଇରେ ନବୀନଙ୍କ ସଫଳ ଅସ୍ତ୍ରୋପଚାର, ସପ୍ତାହେ ପରେ ଫେରିବେ

ଭୁବନେଶ୍ୱର: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ ହୋଇଛି।ମୁମ୍ବଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍‌ର ସଫଳ ଅସ୍ତ୍ରୋପଚାର ହୋଇଛି। ତାଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଏହି ଅସ୍ତ୍ରୋପଚାର କରାଯାଇଛି। ଡାକ୍ତର ପଣ୍ଡାଙ୍କ ସୂଚନା ଅନୁସାରେ, ନବୀନ ବର୍ତ୍ତମାନ ଡାକ୍ତରଙ୍କ ନିରୀକ୍ଷଣରେ ଅଛନ୍ତି। ଦୁଇରୁ ତିନି ଦିନ ସେ ନିରୀକ୍ଷଣରେ ରହିବେ। ୫-୭ ଦିନ ମଧ୍ୟରେ ତାଙ୍କୁ ଡିସଚାର୍ଜ କରାଯିବ ବୋଲି ଆଶା କରାଯାଉଛି। ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ରହିଛି। କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲର ସ୍ପାଇନ ସ୍ପେସିଆଲିଷ୍ଟ ଡା. ରାଜଶେଖର ଓ ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟର ବିଶେଷଜ୍ଞମାନଙ୍କ ଉପସ୍ଥିତିରେ ପ୍ରାୟ ୨ ଘଣ୍ଟା ଚାଲିଥିଲା ଅପରେସନ। ଚିକିତ୍ସା ସମୟରେ ନବୀନଙ୍କ ଭାଇ ପ୍ରେମ ପଟ୍ଟନାୟକ ଏବଂ ଭାଉଜ ଉପସ୍ଥିତ ଥିଲେ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories