www.samajalive.in
Sunday, December 7, 2025
23.1 C
Bhubaneswar

ଜୟଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଜୟୀ ହେବା ପରେ ତାଙ୍କୁ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ କହିଛନ୍ତି ଯେ, ନବନିର୍ବାଚିତ ବିଧାୟକ ନୂଆପଡ଼ାର ବିକାଶ ଦିଗରେ କାର୍ଯ୍ୟ କରିବେ ବୋଲି ସେ ଆଶାବ୍ୟକ୍ତ କରୁଛନ୍ତି। ନିର୍ବାଚନ ଆସିବ ଏବଂ ଯିବ, କିନ୍ତୁ ଜନତାଙ୍କ ବିଶ୍ଵାସ ପ୍ରତି ଆମର ମୂଲ୍ୟବୋଧ ସର୍ବଦା ରହିବା ଉଚିତ।

ନବୀନ ଉପନିର୍ବାଚନ ପାଇଁ ଦିନରାତି କାର୍ଯ୍ୟ କରିଥିବା ଦଳୀୟ କର୍ମୀ ଏବଂ ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଛନ୍ତି। ତା’ ସହିତ ନୂଆପଡ଼ାବାସୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି। ବିଜେଡି ଅନେକ ଉତ୍ଥାନ ଓ ପତନ ଦେଇ ଗତି କରିଛି। ତଥାପି ଲୋକଙ୍କ ପାଇଁ ଆମର ଲଢ଼େଇ ଜାରି ରହିଛି। ଆମ ଦଳ ବିଜୁ ବାବୁଙ୍କ ଦ୍ଵାରା ଅନୁପ୍ରାଣିତ। ଓଡ଼ିଶାବାସୀଙ୍କ ଅଧିକାର ପାଇଁ ଆମ ଲଢ଼େଇ ଜାରି ରହିବ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories