www.samajalive.in
Thursday, December 11, 2025
26.1 C
Bhubaneswar

ଭାରତର କ୍ରୀଡ଼ା ରାଜଧାନୀ ହେବାର ଗୌରବ ଅର୍ଜନ କରିପାରିଛି ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମନ୍ଦିରମାଳିନୀ ସହରରୁ ଭୁବନେଶ୍ୱର ଆଜି ପ୍ରକୃତରେ ଏକ ବିଶ୍ୱସ୍ତରୀୟ ସହର, ସ୍ମାର୍ଟ ସିଟି ଏବଂ ଭାରତର କ୍ରୀଡ଼ା ରାଜଧାନୀ ହେବାର ଗୌରବ ଅର୍ଜନ କରିପାରିଛି । ସ୍ମାରକୀ, ସଂସ୍କୃତି ଏବଂ ଐତିହ୍ୟର ସୁରକ୍ଷା ସହିତ ଏହାକୁ ଜୀବନଯାପନ ପାଇଁ ଏକ ଉପଯୁକ୍ତ ସହର ଭାବରେ ଗଢ଼ିତୋଳିବା ନିମନ୍ତେ ଆମର ନିରନ୍ତର ଉଦ୍ୟମ ଅବ୍ୟାହତ ରହିଛି ବୋଲି ସେ କହିଛନ୍ତି।
ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ କମିଟିର ମିଳିତ ଉଦ୍ୟମରେ ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ ପାଳିତ ହୋଇଛି। ଏହି ଅବସରରେ ସ୍ଥାନୀୟ ଜୟଦେବ ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମାନ୍ୟବର ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର, ମାନ୍ୟବର ମନ୍ତ୍ରୀ, ସୂଚନା ଓ ଲୋକସଂପର୍କ, ଜଳସଂପଦ ରଘୁନନ୍ଦନ ଦାସ, ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ସଂପାଦକ ଡ. ଲେନିନ୍‌ ମହାନ୍ତି, ଖୋର୍ଦ୍ଧା ଜିଲାପାଳ ସନତ କୁମାର ମହାନ୍ତି, ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦେଶକ କୃପାସିନ୍ଧୁ ମିଶ୍ର, ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ ପ୍ରମୁଖ ଯୋଗଦେଇଥିଲେ।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories