www.samajalive.in
Sunday, December 14, 2025
23.1 C
Bhubaneswar

ହସ୍ପିଟାଲ ଶଯ୍ୟାରୁ ନବୀନଙ୍କ ବାର୍ତ୍ତା- ମୋତେ ଭେଟିବାକୁ ଚାହୁଁଥିଲେ ନବୀନ ନିବାସ ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଅସୁସ୍ଥ ଥିବାରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହି ଅବସରରେ ସେ ହସ୍ପିଟାଲ ଶଯ୍ୟାରୁ ଶୁଭେଚ୍ଛୁମାନଙ୍କୁ ବାର୍ତ୍ତା ଦେଇଛନ୍ତି। ନବୀନ କହିଛନ୍ତି, ଆପଣମାନଙ୍କୁ ସମସ୍ତଙ୍କୁ ମୋର ନମସ୍କାର। ଡାକ୍ତରଖାନାରେ ଡାକ୍ତର ଏବଂ କର୍ମଚାରୀମାନେ ତାଙ୍କୁ ବହୁତ ଯତ୍ନ ନେଉଛନ୍ତି। ଆପଣମାନେ ଯଦି ମୋତେ ଦେଖିବାକୁ ଚାହୁଁଛନ୍ତି ତେବେ ନବୀନ ନିବାସ ଆସନ୍ତୁ।

ଅନ୍ୟପଟେ ନବୀନଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଛି। ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି। ସୋମବାର ଅପରାହ୍ନରେ ତାଙ୍କୁ ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଥିବା ନେଇ ମେଡିକାଲ୍ ବୁଲେଟିନ୍‌ରେ କୁହାଯାଇଛି ।

- Advertisement -

ସୂଚନାଯୋଗ୍ୟ, ଗତ ରବିବାର ଅପରାହ୍ନରେ ଶରୀରରେ ଜଳୀୟ ଅଂଶ ହ୍ରାସ ପାଇବାରୁ ନବୀନ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories