www.samajalive.in
Wednesday, December 10, 2025
18.1 C
Bhubaneswar

  ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିବାକୁ ଆସନ୍ତା ୩୦ ତାରିଖରେ ଛତ୍ରପୁର ଆସିବେ। ସେ ହିଞ୍ଜିଳିକାଟୁ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ହୋଇଥିବାରୁ ନାମାଙ୍କନ ଦାଖଲ କରିବାକୁ ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚିବେ। ତେବେ ଛତ୍ରପୁର ପହଞ୍ଚିବା ପୂର୍ବରୁ ସେ ମା’ ତାରାତାରୀଣିଙ୍କ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଅପ୍ରେଲ ୩୦ ତାରିଖ ପୂର୍ବାହ୍ନ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ହେଲିକେପ୍ଟରରେ ଆସି ତାରାତାରିଣୀ ଛକ ନିକଟ ନରସିଂହପୁର ଛକ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବେ।  ସେଠାରୁ କାର ଯୋଗେ ତାରାତାରିଣୀ ପୀଠକୁ ଯାଇ ମା’ଙ୍କ ଦର୍ଶନ କରିବେ।

ଦର୍ଶନ ସାରି ପୁଣିଥରେ ହେଲିପ୍ୟାଡକୁ ଫେରି ହେଲିକେପ୍ଟର ଯୋଗେ ଛତ୍ରପୁର ସ୍ଥିତ ଅନସ୍ଲୋ ସ୍କୁଲ ପରିସର ହେଲିପ୍ୟାଡରେ ଓହ୍ଲାଇବେ।  ସେଠାରୁ କାର୍‌ ଯୋଗେ ଛତ୍ରପୁର ସର୍କିଟ ହାଉସ ଯାଇ କିଛି ସମୟ ରହିବା ପରେ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନିଜର ନାମାଙ୍କନ ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ଛତ୍ରପୁର ଗସ୍ତ କରିବେ ବୋଲି ଶୁଣିବାକୁ ମିଳୁଛି। ଏହି ସମୟରେ ବହୁ ବିଜେଡି ନେତା ଓ କର୍ମୀଙ୍କ ସମାବେଶ ହେବ ବୋଲି ଜଣାପଡିଛି।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories