www.samajalive.in
Saturday, December 6, 2025
26.1 C
Bhubaneswar

ବିଜେପି ଭୟଭୀତ ହୋଇ ଇଭିଏମ୍ ଭାଙ୍ଗୁଛି ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : କୋଇଲା ରୟାଲିଟିରୁ କେନ୍ଦ୍ର ହଜାର ହଜାର କୋଟି ପାଉଛି । ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପରେ ବିଜେପି ଭୟଭୀତ ହୋଇ ଇଭିଏମ୍ ଭାଙ୍ଗିବା ଆରମ୍ଭ କରିଛି ବୋଲି ତାଳଚେର ଘଣ୍ଟପଡ଼ା ନୋଡାଲ୍‌ ଉଚ୍ଚ ବିଦ୍ୟାଳୟ ସମ୍ମୁଖ ପଡ଼ିଆରେ ଆୟୋଜିତ ନିର୍ବାଚନ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଟାର୍ଗେଟ୍ କରି କହିଛନ୍ତି । ସମାବେଶରେ ଜନତାଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ସମାନ ଢଙ୍ଗରେ ଅଭିଭାଷଣ ଆରମ୍ଭ କରିଥିଲେ । ଏହା ସହ ସବୁଥର ଭଳି ଏଥର ମଧ୍ୟ କାଳିଆ ଯୋଜନା ବିଷୟରେ ବଖାଣି ଥିଲେ ।

କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହୋଇଛନ୍ତି । ବିଜେଡି ସରକାର ଆସିବାର ପ୍ରଥମ ଦିନରେ କାଳିଆ ଯୋଜନାରେ ୧୦ ହଜର ଟଙ୍କା ସିଧାସଳଖ ଚାଷୀଙ୍କ ଖାତାକୁ ଯିବ । ହେଲେ କେନ୍ଦ୍ର ସରକାର କାଳିଆ ଯୋଜନା ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି । କିନ୍ତୁ ମୁଁ ଥିବା ଯାଏଁ କାଳିଆ ଯୋଜନା ବନ୍ଦ ହେବନାହିଁ । ଏହା ସହ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ମହିଳାମାନେ ହେଉଛନ୍ତି ବିକାଶର ପ୍ରକୃତ ଡବଲ୍‌ ଇଞ୍ଜିନ୍ । କେନ୍ଦ୍ର ସରକାର ରାଜ୍ୟକୁ କୌଣସି ସହଯୋଗ କରୁନାହିଁ କିନ୍ତୁ ଭୋଟ୍‌ ମାଗିବାକୁ କେନ୍ଦ୍ରୀୟ ନେତାମାନେ ଓଡ଼ିଶା ଆସୁଛନ୍ତି ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories