www.samajalive.in
Saturday, December 6, 2025
26.1 C
Bhubaneswar

ପୋପ୍‌ଙ୍କୁ ସାକ୍ଷାତ କଲେ ନବୀନ

ଭୁବନେଶ୍ବର: ପୋପ୍‌ ଫ୍ରାନସିସ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରୋମ ଗସ୍ତରେ ଥିବା ସମୟରେ ବୁଧବାର ଭାଟିକାନ ସିଟିରେ ପୋପ୍ ଫ୍ରାନସିସ୍‌ଙ୍କୁ ସେ ସାକ୍ଷାତ କରିଛନ୍ତି। ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ୍‌ଙ୍କୁ ଭେଟିଛନ୍ତି ନବୀନ।

ସୂଚନାଯୋଗ୍ୟ, ୨୬ ତାରିଖ ଯାଏ ମୁଖ୍ୟମନ୍ତ୍ରୀ ରୋମରେ ଅବସ୍ଥାନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନସଚିବ ସୁରେଶ ମହାପାତ୍ର, ତାଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଭି.ଭି.ଯାଦବ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା ମଧ୍ୟ ବିଦେଶ ଗସ୍ତରେ ଯାଇଛନ୍ତି। ୱାର୍ଲଡ୍‌ ଫୁଡ୍ ପ୍ରୋଗ୍ରାମ ଆମନ୍ତ୍ରଣରେ ମୁଖ୍ୟମନ୍ତ୍ରୀ ରୋମ୍ ଗସ୍ତ କରୁଥିବା ବେଳେ ସେଠାରେ ଓଡ଼ିଶା ଖାଦ୍ୟ ସୁରକ୍ଷା ଓ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ହାସଲ କରିଥିବା ସଫଳତା ସଂପର୍କରେ ଆଲୋକପାତ କରିବେ। ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ରୋମରୁ ଦୁବାଇ ଅଭିମୁଖେ ଗସ୍ତ କରିବେ। ରୋମ୍ ଏବଂ ଦୁବାଇରେ ମୁଖ୍ୟମନ୍ତ୍ରୀ ପ୍ରବାସୀଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories