www.samajalive.in
Monday, December 8, 2025
14.1 C
Bhubaneswar

ସମ୍ବେଦନଶୀଳ ଅପରାଧ ଉପରେ ରାଜନୀତି ଆମ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ: ନବୀନ

ଭୁବନେଶ୍ବର: ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନରେ ଆଜି ବିରୋଧୀଙ୍କ ହୋହଲ୍ଲା ସହ ନାରାବାଜି ଫଳରେ ପୁଣି ଅଚଳ ହୋଇଛି ଗୃହ। ପ୍ରଶ୍ନକାଳ ଆରମ୍ଭରୁ ନବ ଦାସ ହତ୍ୟା ମାମଲାର ତଦନ୍ତ ନେଇ ଗୃହର ମଧ୍ୟଭାଗରେ ଆସି ବି‌ରୋଧୀ ଦଳର ବିଧାୟକମାନେ ହୋହଲ୍ଲା କରିଛନ୍ତି। ଇତି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ଉପସ୍ଥାପନ କରିଛନ୍ତି। ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପରେ ରାଜ୍ୟ ସରକାର ଏହାର ତଦନ୍ତ କ୍ଷେତ୍ରରେ ଏଯାବତ୍ ଗ୍ରହଣ କରିଥିବା ସମସ୍ତ ପଦକ୍ଷେପ ସଂପର୍କରେ ଗୃହକୁ ଅବଗତ କରିବା ସହ ଘଟଣାର ରାଜନୀତିକରଣ କରାଯାଉଥିବା ନେଇ କ୍ଷୋଭ ପ୍ରକାଶ କରି ବିଜେପି ଉପରେ ବର୍ଷିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି, ନବକିଶୋର ଦାସଙ୍କର ମୃତ୍ୟୁ ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଦୁଃଖ ଓ ବେଦନାଦାୟକ । ତାଙ୍କ ବିୟୋଗରେ ଓଡ଼ିଶା ବିଶେଷ କରି ପଶ୍ଚିମ ଓଡ଼ିଶାର ବିକାଶ ପାଇଁ ସମର୍ପିତ ଭାବରେ କାର୍ଯ୍ୟ କରୁଥିବା ଜଣେ ପ୍ରଗତିଶୀଳ ନେତା ଓ ଆମର ଜଣେ ପ୍ରିୟ ସହଯୋଗୀଙ୍କୁ ଆମେ ହରାଇଲୁ।

- Advertisement -

ସେ ଆହୁରି କହିଛନ୍ତି, ଏହା ଅତ୍ୟନ୍ତ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ଏହାର ତଦନ୍ତ ଦାୟିତ୍ବ ତୁରନ୍ତ କ୍ରାଇମବ୍ରାଞ୍ଚକୁ ଅର୍ପଣ କରାଯାଇଥିଲା । ତଦନ୍ତରେ ସ୍ବଚ୍ଛତାକୁ ସୁନିଶ୍ଚିତ କରିବା ପାଇଁ ମୋ ସରକାର ମାନ୍ୟବର ହାଇକୋର୍ଟଙ୍କୁ ଜଣେ କାର୍ଯ୍ୟରତ/ଅବସରପ୍ରାପ୍ତ ହାଇକୋର୍ଟ ଜଜ୍‌ଙ୍କୁ ମନୋନୀତ କରି ଏହି କେସ୍‌ର ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅନୁରୋଧ କରିଥିଲେ । ମାନ୍ୟବର ହାଇକୋର୍ଟ ଏହି ତଦନ୍ତ କାର୍ଯ୍ୟ ତଦାରଖ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି ଦାସଙ୍କୁ ମନୋନୀତ କରିଛନ୍ତି । ସାକ୍ଷୀମାନଙ୍କର ବକ୍ତବ୍ୟ ତଥା ଅଭିଯୁକ୍ତର ଜେରାକୁ ଭିତ୍ତିକରି ଗୋପାଳ ଦାସର ମାନସିକ ଅବସ୍ଥାର ଅନୁଶୀଳନ ଏକ ୪ ଜଣିଆ ମାନସିକରୋଗ ବିଶେଷଜ୍ଞ ବୋର୍ଡଙ୍କ ଦ୍ବାରା କରାଯାଇଛି। ଅଭିଯୁକ୍ତଠାରୁ ସତ୍ୟ ତଥା ଅଧିକ ତଥ୍ୟ ବାହାର କରିବାପାଇଁ ଗୁଜରାଟ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବ୍ରୋଟୋରୀରେ ବିଶେଷଜ୍ଞଙ୍କ ଦ୍ବାରା ନାର୍କୋ ଆନାଲିସିସ୍‌ କରାଯାଇଛି।

ଏଭଳି କେସ୍‌ରେ ଅପରାଧୀର ବ୍ୟବହାରିକ ବିଶ୍ଳେଷଣ କ୍ଷେତ୍ରରେ ବିଶେଷ ଦକ୍ଷତା ଅର୍ଜନ କରିଥିବା ଯୁକ୍ତରାଷ୍ଟ୍ର ଆମେରିକାର ପ୍ରସିଦ୍ଧ ଅନୁଷ୍ଠାନ ଫେଡେରାଲ୍‌ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌(ଏଫବିଆଇ)ର ସହାୟତା ନେବା ପାଇଁ ରାଜ୍ୟ କ୍ରାଇମବ୍ରାଞ୍ଚ ଉଦ୍ୟମ କରୁଛି । ଆମେରିକାର ଏଫବିଆଇ ସଂସ୍ଥାର ବିହେବିଓରାଲ୍‌ ସପୋର୍ଟ ୟୁନିଟ ଦ୍ବାରା ଅଭିଯୁକ୍ତର ବ୍ୟବହାରିକ ମୂଲ୍ୟାୟନ କରିବାରେ ସାହାଯ୍ୟ କରିବାପାଇଁ ଓଡ଼ିଶା ସରକାର ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ସହାୟତା କାମନା କରିଛନ୍ତି ।

ଏହା ବ୍ୟତୀତ ବିଜେପିକୁ ଟାର୍ଗେଟ କରି ନବୀନ କହିଛନ୍ତି, ଏଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ଯେଉଁଭଳି ଢଙ୍ଗରେ ରାଜନୀତିକରଣ କରାଯାଉଛି, ତାହା କେବଳ ମୋତେ ନୁହେଁ, ସାରା ଓଡିଶାବାସୀଙ୍କୁ ବ୍ୟଥିତ କରିଛି । ଯେଭଳି ଭାବରେ ଭିତ୍ତିହୀନ ଓ ମନ୍ଦଉଦ୍ଦେଶ୍ୟ ପ୍ରଣୋଦିତ ଅଭିଯୋଗ କରାଯାଉଛି, ତାହା ଅତ୍ୟନ୍ତ ପରିତାପର ବିଷୟ। ଗୋଟିଏ ସମ୍ବେଦନଶୀଳ ଅପରାଧ ଉପରେ ରାଜନୀତି ଆମ ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ବୋଲି କହିଛନ୍ତି ନବୀନ। ଆମ ବିରୋଧୀ ଦଳର କେତେକ ନେତା, ବିଶେଷ କରି ବିଜେପି ନେତାମାନେ ରାଜ୍ୟ ପୁଲିସ ଉପରେ ଯେଭଳି ରୁଚିହୀନ ମନ୍ତବ୍ୟ ହେଉଛନ୍ତି, ତାହା ଚିନ୍ତାଜନକ।  ଓଡ଼ିଶା ପୁଲିସ, ଯେ କି ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି, ଏହା ତାର ମନୋବଳକୁ ଦୁର୍ବଳ କରୁଛି।

ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଟାର୍ଗେଟ କରି ନବୀନ କହିଛନ୍ତି, ଉଚ୍ଚ ସାମ୍ବିଧାନିକ ପଦବୀ ଅଳଙ୍କୃତ କରିଥିବା ଜଣେ ବ୍ୟକ୍ତି ଦାୟିତ୍ବରେ ଥିବା ଜଣେ ମହିଳା ପୁଲିସ ଅଧିକାରୀଙ୍କୁ ଆକ୍ରମଣ କରିବା ଅତ୍ୟନ୍ତ ନିନ୍ଦନୀୟ ଓ ଅଶୋଭନୀୟ । ଓଡ଼ିଶା ସବୁବେଳେ ମହିଳାମାନଙ୍କୁ ସମ୍ମାନ ଜଣାଇଆସିଛି ଏବଂ ଏଭଳି ଲଜ୍ଜାଜନକ ଆଚରଣକୁ ଓଡ଼ିଶାବାସୀ କେବେ କ୍ଷମା ଦେବେ ନାହିଁ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories