www.samajalive.in
Monday, December 15, 2025
27.1 C
Bhubaneswar

ନୂଆପଡ଼ାରୁ ହିଁ ବିଜେପିର ପରାଜୟ ଆରମ୍ଭ ହେବ -ନବୀନ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ଦିନ ରବିବାର ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଜେପି ସରକାରକୁ ତୀବ୍ର ସମାଲୋଚନା କରିଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି, ରାଜ୍ୟରେ ବିଜେପି ସରକାର ଆସିବା ଦିନରୁ ମା’ମାନଙ୍କ ଉପରେ ଅତ୍ୟାଚାର ବଢ଼ି ଚାଲିଛି। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଓଡ଼ିଶାର ସୁନାମ ନଷ୍ଟ ହେଉଛି। ନୂଆ ସରକାର ଆସିବା ପରେ ବିଏସ୍‌କେୱାଇକୁ ବନ୍ଦ କରିଦିଆଗଲା। ରୋଗୀ ହଇରାଣ ହେଉଛନ୍ତି। ଏ ସରକାର ମହିଳା ବିରୋଧୀ, ଆଦିବାସୀ ବିରୋଧୀ ଓ ବିକାଶ ବିରୋଧୀ। ଆପଣମାନଙ୍କ ସହଯୋଗରେ ବିଜେପିର ପରାଜୟ ନୂଆପଡ଼ାରୁ ହିଁ ଆରମ୍ଭ ହେବ।
ଶ୍ରୀ ପଟ୍ଟନାୟକ କହିଛନ୍ତି, ପଶ୍ଚିମ ଓଡ଼ିଶାର ଟାଣୁଆ ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ମୁଁ ନୂଆପଡ଼ା ଉପନିର୍ବାଚନରେ ପ୍ରାର୍ଥୀ କରିଛି। ନୂଆପଡ଼ାରେ ରହି ଆପଣମାନଙ୍କ ସେବା କରିବା ପାଇଁ ମୁଁ ତାଙ୍କୁ ନିର୍ଦେଶ ଦେଇଛି।

- Advertisement -

ସେ ସବୁବେଳେ ଆପଣମାନଙ୍କ ସୁଖ ଓ ଦୁଃଖର ସାଥୀ ହୋଇ ରହିବେ। ମୁଁ କଥା ଦେଉଛି, ମୋର ଶେ‌ଷ ନିଃଶ୍ବାସ ପର୍ଯ୍ୟନ୍ତ ମୁଁ ଓଡ଼ିଶା ମା’ର ଓ ଆପଣମାନଙ୍କ ସେବା କରି ଚାଲିବି। ଏହି ଅବସରରେ ସେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ଭୋଟ ଦେବା ପାଇଁ ନିବେଦନ କରିଥିଲେ। ସେହିପରି ଦୁଇ ଥର ପ୍ରଚାର ସମୟରେ ବହୁ ସଂଖ୍ୟାରେ ଯୋଗ ଦେଇଥିବାରୁ ନୂଆପଡ଼ାବାସୀଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories