www.samajalive.in
Thursday, December 11, 2025
18.1 C
Bhubaneswar

ଦେଶରେ ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ; ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟରେ ଓଡ଼ିଶାର ୯୧% ଲୋକ ଖୁସି

ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ୱାନ । ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୀର୍ଷସ୍ଥାନରେ ରହିଛନ୍ତି । ଜାତୀୟ ଗଣମାଧ୍ୟମ ଏବିପି ନ୍ୟୁଜ ଓ ସି- ଭୋଟର ସର୍ଭେରେ ଏହି ରିପୋର୍ଟ ପ୍ରକାଶ କରିଛି। ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକସଭା ଆସନରୁ ଲୋକମାନେ ଅଂଶଗ୍ରହଣ କରିଛନ୍ତି।

- Advertisement -

ସୂଚନା ଅନୁସାରେ ଦେଶର ସମସ୍ତ ୩୧ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ କରାଯାଇଥିବା ସର୍ଭେରେ ନବୀନ ପୁଣିଥରେ ଶୀର୍ଷସ୍ଥାନରେ ରହିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦ୍ବିତୀୟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ଼୍ଡ଼ୀ ତୃତୀୟ ସ୍ଥାନରେ ଅଛନ୍ତି ।

 

୪ର୍ଥ ସ୍ଥାନରେ ଅଛନ୍ତି କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ ଓ ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଷଷ୍ଠ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ପାଇଛନ୍ତି  , ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ । ନବମରେ ଗୋଆ ସିଏମ ପ୍ରମୋଦ ସାୱନ୍ତ ଏବଂ ଦଶମରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୁପାନି ରହିଛନ୍ତି।

ଅନ୍ୟପକ୍ଷରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନରେ ସାରା ଦେଶର ୬୬ ଲୋକ ଖୁସି ବୋଲି ଏହି ରିପୋର୍ଟରେ ଦର୍ଶାଯାଇଛି । ମାତ୍ର ୩୦% ଏଥିରେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକଙ୍କୁ ଲୋକ ସମର୍ଥନ କରିଥିବାବେଳେ ରାଜ୍ୟର ୯୧% ମତଦାତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକଳାପରେ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories