www.samajalive.in
Saturday, December 6, 2025
15.1 C
Bhubaneswar

ହରିୟାଣା ମୁଖ୍ୟମନ୍ତ୍ରୀ ହେଲେ ନାୟବ ସିଂହ ସୈନୀ, ଦ୍ଵିତୀୟ ଥର ପାଇଁ ନେଲେ ଶପଥ

ଚଣ୍ଡିଗଡ଼: ନାୟବ ସିଂହ ସୈନୀ ଗୁରୁବାର ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଲଗାତର ଦ୍ଵିତୀୟ ଥର ପାଇଁ ସେ ଏହି ପଦରେ ଶପଥ ନେଇଛନ୍ତି। ପଞ୍ଚକୁଳାରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୈନୀଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ଏହି ସମାରୋହରେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ୭ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଏବଂ ୭ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ୨ ଜଣ ମହିଳା ରାଷ୍ଟ୍ରମନ୍ତ୍ରୀ ଭାବେ ମନ୍ତ୍ରୀ ମଣ୍ଡଳରେ ସାମିଲ ହୋଇଛନ୍ତି। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେତେକ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବିଜେପିର ଶୀର୍ଷ ନେତୃବୃନ୍ଦଙ୍କ ସହ ଏନଡିଏର ଅନ୍ୟ ନେତାମାନେ ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories