www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ଶପଥ ନେବେ ନାଏବ ସିଂହ ସୈନି

ଚଣ୍ଡିଗଡ଼ : ବିଜେପି ନେତା ନାଏବ ସିଂହ ସୈନି ଆଜି (ଗୁରୁବାର) ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ବୁଧବାର ଅନୁଷ୍ଠିତ ବୈଠକରେ ନାଏବ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ ହୋଇଛନ୍ତି। ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବେ ଯୋଗଦେଇଥିବାବେଳେ ହରିୟାଣା ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ଚଳିତବର୍ଷ ମାର୍ଚ୍ଚରେ ମନୋହରଲାଲ ଖଟ୍ଟରଙ୍କୁ ହଟାଇ ବିଜେପି ପକ୍ଷରୁ ନାଏବଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରାଯାଇଥିଲା। ଅକ୍ଟୋବର ୫ରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପି ମୋଟ ୯୦ ମଧ୍ୟରୁ ୪୮ଟି ଆସନ ଅକ୍ତିଆର କରି ତୃତୀୟ ଥର ସରକାର ଗଠନ କରିବାକୁ ଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories