www.samajalive.in
Monday, December 8, 2025
27.1 C
Bhubaneswar

ହାଇକୋର୍ଟରେ ପରୀ ହତ୍ୟା ମାମଲା : ଘଟଣାର ସବିଶେଷ ତଥ୍ୟ ଓ ତଦନ୍ତର ଅଗ୍ରଗତି ରିପୋର୍ଟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦେଶ

କଟକ : ବହୁଚର୍ଚ୍ଚିତ ନୟାଗଡ ପରୀ ହତ୍ୟାକାଣ୍ଡ ମାମଲାର ଶୁୁଣାଣି କରିଛନ୍ତି ହାଇକୋର୍ଟ। ସିବିଆଇ ତଦନ୍ତ ପ୍ରାର୍ଥନା କରି ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିବା ବେଳେ ଦୁଇଟି ଯାକ ମାମଲାର ଏକତ୍ର ଶୁଣାଣି କରିଛନ୍ତି ହାଇକୋର୍ଟ । ଶୁଣାଣି କରି ପରୀର ପରିବାରକୁ ତୁରନ୍ତ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଇନଜୀବୀ ପଦ୍ମାଳୟା ମହାପାତ୍ରଙ୍କ ଆବେଦନର ଶୁଣାଣି କରି ପରୀକୁ ଏଯାଏଁ ନ୍ୟାୟ ନମିଳିବାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏଥି ସହିତ ଡିସେମ୍ବର ୧୬ ତାରିଖ ସୁଦ୍ଧା ତଦନ୍ତର ଅଗ୍ରଗତି ସମ୍ପର୍କୀୟ ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ସରକାରଙ୍କୁ ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ପୀଡ଼ିତା ପରୀର ପରିବାର ପ୍ରତି ବିପଦ ଥିବା ଦର୍ଶାଇ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ମଧ୍ୟ ନୟାଗଡ ଏସପିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୬ ତାରିଖରେ ହେବ ବୋଲି ହାଇକୋର୍ଟ କହିଛନ୍ତି।

- Advertisement -

ସୂଚନାଯୋଗ୍ୟ ପରୀ ହତ୍ୟାକୁ ନେଇ ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଷ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ହୋଇଥିଲା। ଏହି ମାମଲାର ସିବିଆଇ ତଦନ୍ତ ଓ ୨୫ ଲକ୍ଷ କ୍ଷତିପୂରଣ ଦାବିରେ ଏହି ମାମଲା କରାଯାଇଥିଲା। ମାମଲା ଦୁଇଟିରେ ରାଜ୍ୟ ଗୃହ ସଚିବ, ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକ, ନୟାଗଡ ଜିଲ୍ଲାପାଳ, ନୟାଗଡ ଏସପି, ନୟାଗଡ ସଦର ଥାନାଧିକାରୀଙ୍କୁ ପକ୍ଷଭୁକ୍ତ କରାଯାଇଛି।

ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନ କରାଯାଇଛି ଯେ, ବାହ୍ୟ ଚାପ ମୁକ୍ତ ତଦନ୍ତକାରୀ ସଂସ୍ଥାକୁ ଏହି ତଦନ୍ତ ଦାୟିତ୍ବ ଦିଆଯାଉ। ପରୀର ବାପାଙ୍କ ଅଭିଯୋଗ ଅନୁଯାୟୀ, କିଡନୀ ଓ ଆଖି ଚୋର ରାକେଟ ଏହା ପଛରେ ଥିବାବେଳେ ଏହା ଜଘନ୍ୟ ଅପରାଧ। ତେଣୁ ଯେତେ ପ୍ରଭାବଶାଳୀ ବ୍ୟକ୍ତି ଥାଆନ୍ତୁ ନା କାହିଁକି ଏହାର ସଠିକ ତଦନ୍ତ କରାଯାଉ ଅବା ସିବିଆଇ ଦ୍ବାରା ତଦନ୍ତ କରାଯାଉ। ଏହାସହ ପରୀ ପରିବାର ମାନସିକ ଚିନ୍ତାରେ ଥିବାବେଳେ ସେମାନଙ୍କୁ ଗାଁରୁ ବିତାଡିତ କରାଯାଇଛି। ତେଣୁ ପୀଡିତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ପ୍ରାର୍ଥନା କରାଯାଇଥିଲା।

ସେହିପରି ପଦ୍ମାଳୟା ମହାପାତ୍ରଙ୍କ ପକ୍ଷରୁ ହୋଇଥିବା ଆବେଦନରେ ଏହି ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ର ତଦନ୍ତକାରୀ ଟିମ ଗଠନ କରାଯାଉ କିମ୍ବା ସିବିଆଇ ଦ୍ବାରା ତଦନ୍ତ କରାଯାଉ ବୋଲି ଦର୍ଶାଯାଇଛି। ପରୀ ପରିବାରକୁ ସୁରକ୍ଷା ଯୋଗାଇ ଦେବାକୁ ନୟାଗଡ ଏସପିଙ୍କୁ ନିର୍ଦ୍ଦେଶ ଦିଆଯିବା ସହ ସରକାରଙ୍କ ପକ୍ଷରୁ ତାଙ୍କ ପରିବାରକୁ କ୍ଷତିପୂରଣ ଯୋଗାଇ ଦେବାକୁ ଏଥିରେ ପ୍ରାର୍ଥନା କରାଯାଇଛି।

 

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories