www.samajalive.in
Friday, December 5, 2025
23.1 C
Bhubaneswar

ବାଇକ୍ ଧକ୍କାରେ ଆଖି ବୁଜିଲେ ଦୁଇ ପଥଚାରୀ, ଘଟଣା ସ୍ଥଳରେ ଉତ୍ତେଜନା

ନୟାଗଡ: ବାଇକ୍ ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର। ନୟାଗଡ ଦଶପଲ୍ଲା ଡିହଗାଁ ଛକରେ ଦୁଇ ପଥଚାରୀଙ୍କୁ ଏକ ବାଇକ୍ ଧକ୍କା ଦେଇଛି। ଫଳରେ ଘଟଣାରେ ସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ ଏବଂ ଅନ୍ୟ ଜଣଙ୍କର ହସ୍ପିଟାଲରେ ମୃତ୍ୟୁ ଘଟିଛି। ତେବେ ମୃତକ ଦୁଇ ଜଣ ଡିହଗାଁ ଗାଁର ସୁଦର୍ଶନ ପ୍ରଧାନ ଏବଂ ଡିଗିରି ଗ୍ରାମର ଶୁକ୍ର ବାଜୁ ବୋଲି ଜଣାପଡିଛି। ଗୁରୁତର ବାଇକ୍‌ ଚାଳକ   ଦିବ୍ୟଜ୍ୟୋତି ପଣ୍ଡାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ନୟାଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଦଶପଲ୍ଲା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories