www.samajalive.in
Tuesday, December 9, 2025
15.1 C
Bhubaneswar

କମେଡି କୁଇନ୍ ଭାରତୀ ସିଂ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ମିଳିଲା ଜାମିନ

ମୁମ୍ବଇ: କମେଡି କୁଇନ୍ ଭାରତୀ ସିଂ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ଵାଚିଆଙ୍କୁ ସୋମବାର ଜାମିନ ମିଳିଥିବା ଜଣାପଡ଼ିଛି। ମୁମ୍ଵଇର ଏକ ସିଟି କୋର୍ଟ ଉଭୟଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ଶନିବାର ଦିନ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହଙ୍କୁ ଘରେ ଗଞ୍ଜେଇ ରଖିବା ଅଭିଯୋଗରେ ଗିରଫ କରିଥିଲା। ପରେ ଭାରତୀଙ୍କ ସ୍ୱାମୀ ତଥା ଲେଖକ ହର୍ଷ ଲିମ୍ବାଚିୟାଙ୍କୁ ମଧ୍ୟ ଗିରଫ କରାଯାଥିଲା। ଭାରତୀ ସିଂଙ୍କ ଓ ତାଙ୍କ ସ୍ୱାମୀ ହର୍ଷଙ୍କର ମେଡ଼ିକାଲ ଯାଞ୍ଚ ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସେମାନେ ଗଂଜେଇ ନେଉଥିବା କଥାକୁ ସ୍ୱୀକାର କରିଥିଲେ । କୋର୍ଟ ଉଭୟଙ୍କୁ ଡ଼ିସେମ୍ବର ୪ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇଥିଲା। ସେମାନେ କୋର୍ଟରେ ଜାମିନ୍ ପାଇଁ ଅପିଲ କରିଥିଲେ।

ଏନସିବି ଭାରତୀ ଓ ହର୍ଷଙ୍କ ଘରେ ଚଢ଼ାଉ କରି ୮୬.୫ ଗ୍ରାମର ଗଞ୍ଜେଇ ଜବତ କରିଥିଲା। ଭାରତୀ ମଧ୍ୟ ସ୍ୱୀକାର କରିଥିଲେ ଯେ ତାଙ୍କ ସ୍ୱାମୀ ଗଞ୍ଜେଇ ଆଣୁଥିଲେ ଏବଂ ଉଭୟ ମଧ୍ୟ ସେବନ କରୁଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories