www.samajalive.in
Sunday, December 7, 2025
26.1 C
Bhubaneswar

ଓଡ଼ିଶାରେ ୯୦ ହଜାର ହେବ ଏନସିସି କ୍ୟାଡେଟ୍‍ ସଂଖ୍ୟା

ଭୁବନେଶ୍ୱର : ଏନ୍‍.ସି.ସି. ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍‍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି । ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍‍.ସି.ସି.ର କାଡେଟ୍‍ ସଂଖ୍ୟା ୬୦ ହଜାର ରହିଛି । ଏହାକୁ ୯୦ ହଜାରକୁ ବୃଦ୍ଧି କରାଯିବ । ଏଥିପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ଏନ୍‍.ସି.ସି. ଶାଖା ପ୍ରତିଷ୍ଠା କରାଯିବ । ରାଜ୍ୟରେ ଏନ୍‍.ସି.ସି. ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ତିନୋଟି ଟ୍ରେନିଙ୍ଗ୍ ସେଣ୍ଟର ପ୍ରତିଷ୍ଠା କରାଯିବ । କଟକ ଓ ବ୍ରହ୍ମପୁରରେ ଏଥିପାଇଁ ୫ ଏକର ଲେଖାଏଁ ଜମି ଉପଲବ୍‍ଧ ଥିବାବେଳେ, ସମ୍ୱଲପୁରରେ ଏଥିପାଇଁ ୧୦ ଏକର ଜମି ଯୋଗାଇ ଦିଆଯିବ ।

ଏହା ସହିତ କୋରାପୁଟରେ ଏନ୍‍.ସି.ସି.ର ଗ୍ରୁପ୍‍ ହେଡ୍‍କ୍ୱାଟର୍ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମଧ୍ୟ ଯୋଗାଇ ଦିଆଯିବ । ଝାରସୁଗୁଡ଼ା ଏୟାରପୋର୍ଟରେ ଏନ୍‍.ସି.ସି. ପିଲାମାନଙ୍କୁ ବିମାନ ଉଡାଣ ପ୍ରଶିକ୍ଷଣ ଦେବାପାଇଁ ମଧ୍ୟ ନିଷ୍ପତ୍ତି କରାଯାଇଛି । ଏଥିପାଇଁ ସେଠାରେ ଏକ ହ୍ୟାଙ୍ଗର ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧.୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏନ୍‍.ସି.ସି. ହେଉଛି ଦେଶର ଏକ ପ୍ରତିଷ୍ଠିତ ସଂସ୍ଥା । ଛାତ୍ର ଓ ଯୁବଶକ୍ତିର ସମ୍ଭାବନାକୁ ବିକଶିତ କରି ଦେଶର ସେବାରେ ନିୟୋଜିତ କରିବା କ୍ଷେତ୍ରରେ ଏହାର ତୁଳନା ନାହିଁ । ତେଣୁ ଓଡ଼ିଶାରେ ଏହି ସଂସ୍ଥାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଏବଂ ଏନ୍‍.ସି.ସି.ର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories