www.samajalive.in
Friday, December 5, 2025
27.1 C
Bhubaneswar

ନାମାଙ୍କନ ଦାଖଲ କଲେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ 

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ସି.ପି ରାଧାକୃଷ୍ଣନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ବିଜେପି ସଭାପତି ଜେପି ନଡ୍ଡା ପ୍ରମୁଖଙ୍କ ଉପସ୍ଥିତିରେ ୪ସେଟ୍‍ ନାମାଙ୍କନ ଦାଖଲ କରିଛନ୍ତି । ସି.ପି ରାଧାକୃଷ୍ଣନଙ୍କ ପାଇଁ ପ୍ରଥମ ପ୍ରସ୍ତାବକ ରହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜନାଥ ସିଂହ ଓ ଜେପି ନଡ୍ଡା ମଧ୍ୟ ପ୍ରସ୍ତାବକ ରହିଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ସେପ୍ଟେମ୍ବର ୯ତାରିଖରେ ଅନୁଷ୍ଠିତ ହେବ। ପୂର୍ବତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଇସ୍ତାଫା ପରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଧନଖଡ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ହଠାତ୍‍ ଜୁଲାଇ ୨୧ତାରିଖରେ ଇସ୍ତଫା ଦେଇଥିଲେ । ସେପଟେ ଇଣ୍ଡି ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ ଆଜି ସାଂସଦଙ୍କୁ ଭେଟି ସମର୍ଥନ ଲୋଡିବେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories