www.samajalive.in
Friday, December 5, 2025
20.1 C
Bhubaneswar

ଆଜି ବସିବ ଏନଡିଏର ସଂସଦୀୟ ଦଳ ବୈଠକ

ନୂଆଦିଲ୍ଲୀ: ଆସନ୍ତା ରବିବାର ସନ୍ଧ୍ୟା ୬ଟାରେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଏହା ପୂର୍ବରୁ ଆଜି ଦିଲ୍ଲୀରେ ଏନଡିଏର ସଂସଦୀୟ ବୈଠକ ବସିବାକୁ ଯାଉଛି। ସଂସଦର ସେଣ୍ଟ୍ରାଲ ହଲରେ ଦିନ ୧୧ଟାରେ ବୈଠକ ବସିବ। ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦୀ। ସରକାର ଗଢିବାକୁ ରାଷ୍ଟ୍ରପତିଙ୍କ ନିକଟରେ ଦାବି ଜଣାଇବେ ବୋଲି ସୂଚନା ମିଳିଛି। ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏ ୩.୦ ସରକାର ଦେଶରେ ଆରମ୍ଭ ହେବ। ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହ ହେବାକୁ ଥିବାବେଳେ କେନ୍ଦ୍ର ମନ୍ତ୍ରିମଣ୍ଡଳ ମଧ୍ୟ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ ଉତ୍ସବରେ ବାଂଲାଦେଶ, ଶ୍ରୀଲଙ୍କା, ନେପାଳରୁ ରାଜ୍‌‌ ଅତିଥି ଭାରତକୁ ଆସିବେ ବୋଲି ସୂଚନା ମିଳିଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରଦାର ଚାଲିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories