www.samajalive.in
Monday, December 8, 2025
13.1 C
Bhubaneswar

ଭୁଶୁଡିଲା ସ୍କୁଲ ଛାତ: ଚାପି ହୋଇଛନ୍ତି ୬୫ଜଣ

ଇଣ୍ଡୋନେସିଆ: ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଏକ ଇସଲାମିକ୍‍ ସ୍କୁଲ କୋଠା ଭୁଶୁଡି ପଡିବାରୁ ଅଘଟଣ ଘଟିଛି । ଯାହା ଫଳରେ ପ୍ରାୟ ୬୫ଜଣ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି । ସୂଚନା ଅନୁଯାୟୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏପର୍ଯ୍ୟନ୍ତ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ।
ରିପୋର୍ଟ ଅନୁସାରେ ସ୍କୁଲ କୋଠାଟି ନିର୍ମାଣଧୀନ ଥିବାବେଳେ ହଠାତ୍‍ ଭୁଶୁଡି ପଡିଛି । ଭଗ୍ନାଂଶ ତଳେ ଫସି ରହିଥିବା ଛାତ୍ରମାନଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳ ରାତିସାରା ଖୋଜାଖୋଜି କରିବା ଜାରି ରଖିଛନ୍ତି । ଜଣେ ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ଘଟଣାଟି ସେତେବେଳେ ଘଟିଥିଲା ଯେତେବେଳେ ସମସ୍ତ ଛାତ୍ର ଅପରାହ୍ନ ପ୍ରାର୍ଥନା ପାଇଁ ଏକାଠି ହୋଇଥିଲେ ସେତେବେଳେ ହଠାତ୍‍ ଛାତଟି ଭୁଶୁଡି ପଡିଥିଲା । ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରିବା ସହ ପିଲାଙ୍କୁ ଉଦ୍ଧାର କରିବାରେ ନୟୋଜିତ ହୋଇଛନ୍ତି ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories