www.samajalive.in
Sunday, December 7, 2025
26.1 C
Bhubaneswar

ପତ୍ର ଏକ ଉପକାର ଅନେକ

ଗ୍ରୀଷ୍ମର ପ୍ରଭାବ ଆରମ୍ଭ ହୋଇସାରିଛି। ଏହି ଦିନମାନଙ୍କରେ ନିୟମିତ ନିମ ପତ୍ର ଖାଇବା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। ଏହାକୁ ଖାଇବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ବିଭିନ୍ନ ସମସ୍ୟା ଦୂର ହେବା ସହ ଶରୀର ପାଇଁ ବେଶ ଉପକାରୀ ଅଟେ। ଜାଣନ୍ତୁ ଖରାଦିନେ ନିମ ପତ୍ର ଖାଇବା ଦ୍ୱାରା କି କି ଉପକାର ହୋଇଥାଏ….
ଖରାଦିନେ ନିୟମିତ ନିମ ପତ୍ର ଖାଇବା ଦ୍ୱାରା ଚର୍ମ ପାଇଁ ବେଶ ହିତକାରକ ଅଟେ।
କେଶ ପାଇଁ ଏହା ବରଦାନ ଠାରୁ କମ ନୁହେଁ। ସାମ୍ପୁ ପରିବର୍ତ୍ତେ ଏହାକୁ କେଶ ସଫା ପାଇଁ ବ୍ୟବହାର କରିବା ଦ୍ୱାରା କେଶର ବିଭିନ୍ନ ସମସ୍ୟାରୁ ମୁକ୍ତି ମିଳିଥାଏ।
ନିୟମିତ ସକାଳ ସମୟରେ ନିମ ପତ୍ର ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଦୂର ହୋଇଥାଏ। ହଜମ ପ୍ରକ୍ରିୟା ସୂଚାରୁ ରୂପେ ହୋଇଥାଏ।
ଖାଲି ପେଟରେ ନିୟମିତ ଅଳ୍ପ ନିମ ପତ୍ର ଖାଇବା ଦ୍ୱାରା କର୍କଟ ଓ ହୃଦ ଜନିତ ରୋଗ ଠାରୁ ଶରୀରକୁ ଦୂରେଇ ରଖେ।

courtesy : Onlymyhealth

ପାଚନ କ୍ରିୟାକୁ ନିମ ପତ୍ର ସୁସ୍ଥ ରଖିଥାଏ।
ନିମ କାଠିକୁ ଦାନ୍ତ ଘଷିବା ସମୟରେ ବ୍ୟବହାର କରିବା ଦ୍ୱାରା ଦାନ୍ତ ମଜଭୂତ କରିଥାଏ, ଦାନ୍ତରୁ ଦୂଷିତ ପଦାର୍ଥ ବାହାର କରିବା ସହ ଦାନ୍ତ ଜନିତ ବିଭିନ୍ନ ସମସ୍ୟା ଦୂର କରିଥାଏ।
ନିମ ପତ୍ରକୁ ପାଣି ପକାଇ ଭଲ ଭାବେ ଫୁଟାନ୍ତୁ। ଭଲ ଭାବେ ଫୁଟିବା ପରେ ଏହାକୁ ଥଣ୍ଡା କରି ଏହି ପାଣିରେ ମୁହଁ ଧୋଇଲେ ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ। ଚକ୍ଷୁ ଜନିତ ଅସୁବିଧା ଦୂର ହୋଇଥାଏ।
ଗଳା ଦରଜ ହେଉଥିଲେ ନିମ ପତ୍ର ଖାଇବା ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।
ମଧୁମେହ ରୋଗୀ ସପ୍ତାହକୁ ୩ରୁ ୪ ଥର ନିମ ପତ୍ର ଖାଇବା ଦ୍ୱାରା ଖୁବ ଉପକାର ମିଳିଥାଏ।
ଏହାସହ ବିଭିନ୍ନ ପ୍ରକାରର ସଂକ୍ରମଣ ରୋଗରୁ ମଧ୍ୟ ଶରୀରକୁ ରକ୍ଷା କରିଥାଏ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories