www.samajalive.in
Monday, December 8, 2025
17.1 C
Bhubaneswar

ଆଜି ପ୍ରକାଶ ପାଇବ ନିଟ୍ ଫଳ

ଭୁବନେଶ୍ୱର : ନାସନାଲ୍ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇବ। ଛାତ୍ରଛାତ୍ରୀ ୱେବସାଇଟ୍ ww.ntaneet.nic.in/nta.ac.inକୁ ଯାଇ ଫଳ ଦେଖିପାରିବେ ବୋଲି ଏନ୍‌ଟିଏ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି। ଏମବିବିଏସ ଏବଂ ବିଡିଏସ୍ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ସେପ୍ଟେମ୍ବର ୧୩ରେ ନିଟ୍ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ପାଇଁ ୧୫.୯୭ ଲକ୍ଷ ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିଲେ। କୋଭିଡ଼ କଟକଣା ମଧ୍ୟରେ ପରୀକ୍ଷା କରାଯାଇ ଥିଲା; କିନ୍ତୁ କରୋନା ସଂକ୍ରମିତ ଏବଂ କୋଭିଡ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କେନ୍ଦ୍ର ଭିତରକୁ ପ୍ରବେଶ କରିବା ବାରଣ ଥିବାରୁ ପରୀକ୍ଷା ଦେଇ ପାରିନଥିଲେ। ଫଳ ପ୍ରକାଶ କରିବା ପୂର୍ବରୁ ସେପ୍ଟେମ୍ବର ୧୩ରେ ପରୀକ୍ଷା ଦେଇ ପାରିନଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା କରାଇ ଫଳ ପ୍ରକାଶ କରିବାକୁ ସୁପ୍ରିମକୋର୍ଟ ଏନ୍‌ଟିଏକୁ ପରାମର୍ଶ ଦେଇଥିଲେ। ଅକ୍ଟୋବର ୧୪ରେ ଏନ୍‌ଟିଏ ସ୍ୱତନ୍ତ୍ର ନିଟ୍ ପରୀକ୍ଷା କରିଥିଲା ଏବଂ ୧୬ ତାରିଖରେ ଫଳ ପ୍ରକାଶ କରିବାକୁ ନିଷ୍ପତ୍ତି ନେଇଥିଲା। ଚଳିତ ବର୍ଷ ଓଡ଼ିଶାରୁ ୩୭,୧୯୮ ଛାତ୍ରଛାତ୍ରୀ ନିଟ୍ ପାଇଁ ପଞ୍ଜୀକରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୩୨,୮୩୩ଜଣ ପରୀକ୍ଷା ଦେଇଥିଲେ। ଅବଶିଷ୍ଟ ୪୩୬୫ ଛାତ୍ରଛାତ୍ରୀ କେନ୍ଦ୍ରରେ ଅନୁପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories