www.samajalive.in
Friday, December 5, 2025
26.1 C
Bhubaneswar

ନୀତା ଅମ୍ବାନୀ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି’ ସଦସ୍ୟା ଭାବେ ପୁନଃ ନିର୍ବାଚିତ

ପ୍ୟାରିସ: ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ପୁଣି ଥରେ ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । ସେ ସର୍ବସମ୍ମତି କ୍ରମେ ଆଇଓସିର ସଦସ୍ୟା ଭାବରେ ନିର୍ବାଚିତ ହୋଇଛନ୍ତି । ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି ଏବଂ ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ। ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ସ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ । ସେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଅଟନ୍ତି ।

ପୁନଃ ନିର୍ବାଚିତ ହେବା ନେଇ ​​ନୀତା ଅମ୍ବାନୀ କହିଛନ୍ତି, “ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ସମ୍ମାନିତ ମନେକରୁଛି । ମୁଁ ସଭାପତି ଏବଂ ଆଇଓସିରେ ଥିବା ମୋର ସମସ୍ତ ସହକର୍ମୀଙ୍କୁ ମୋ ଉପରେ ବିଶ୍ୱାସ ଏବଂ ଭରସା ରଖିଥିବାରୁ ଧନ୍ୟବାଦ ଜଣାଉଛି । ଏହି ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି । ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଛି ।

- Advertisement -

ସୂଚନାଯୋଗ୍ୟ, ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଭାରତଠାରୁ ଦୂରରେ ଥିବା ଘର ପରି ହୋଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories