www.samajalive.in
Friday, December 5, 2025
23.1 C
Bhubaneswar

ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନା ପ୍ରଣୟନ ପାଇଁ ବିଜେପି ପକ୍ଷରୁ ଜନଜାଗରଣ ଶୋଭାଯାତ୍ରା

ନେମାଳ : କେନ୍ଦ୍ର ସରକାର ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ହେଲେ ରାଜ୍ୟ ସରକାର ଏହି ଯୋଜନାକୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ବିରୋଧ କରୁଛନ୍ତି। ଉକ୍ତ ବିରୋଧକୁ ପ୍ରତିବାଦ କରି ବୁଧବାର ବିଜେପି ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରାକୁ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶାରଦା ପ୍ରଧାନ ଆନୁଷ୍ଠାନିକ ଭାବେ ଉଦ୍‍ଘାଟନ କରିଛନ୍ତି। ଆଇନଜିବି ଅମରେନ୍ଦ୍ର ନାରାୟଣ ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶୋଭାଯାତ୍ରାରେ ଶତାଧିକ ବିଜେପି କର୍ମୀ ଯୋଗଦେଇ ଜନଜାଗରଣ ସୃଷ୍ଟି କରିଥିଲେ। ବିଭିନ୍ନ ପଞ୍ଚ।ୟତରେ ଉକ୍ତ ଶୋଭାଯାତ୍ରା ପହଞ୍ଚି ଆୟୁଷ୍ମାନ ଭାରତ ଯୋଜନା ପ୍ରଣୟନ ହେଲେ ଓଡିଶାର ଜନସାଧାରଣ ସାରାଦେଶରେ ଥିବା ବିଭିନ୍ନ ସରକାରୀ, ବେସରକାରୀ, ଡାକ୍ତରଖାନାରେ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣାରେ ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ସଚେତନତା ସୃଷ୍ଟି କରିଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଜେପି ନେତା ଆଶୁତୋଶ ତ୍ରିପାଠି, ମଣ୍ଡଳ ସଭାପତି ଅଶୋକ କୁମାର ପରିଡା, କଟକ ଜିଲ୍ଲା ମହିଳା ମୋର୍ଚ୍ଚା ସାଧାରଣ ସଂମ୍ପାଦିକା, ଅଶୋକ କୁମାର ସାହୁ, ପ୍ରଦିପ୍ତ ପରିଡା, ବାବୁ ପରିଡା, ପ୍ରଭାରି ନିର୍ମଳ ରାଉତ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories