www.samajalive.in
Wednesday, December 10, 2025
14.1 C
Bhubaneswar

ନେମାଳ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି

ନେମାଳ : ନେମାଳ ସାଧନକେନ୍ଦ୍ର ସ୍ତରୀୟ ସୁରଭି ମହୋତ୍ସବ-୨୦୧୮ ଶୁକ୍ରବାର ନେମାଳ ଅଚ୍ୟୁତାନନ୍ଦ ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସିଆରସିସି ସୁବାଷ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନ ଶିକ୍ଷକ କାର୍ତିକ ଚନ୍ଦ୍ର ଦାସ, ମୁଖ୍ୟ ବକ୍ତା ଭାବେ ବିଦ୍ୟାପୀଠ ପରିଚାଳନା କମିଟି ସଭାପତି ଗୋବିନ୍ଦ ଦାସ, ସମ୍ମାନୀତ ଅତିଥି ଭାବେ ନିଶ୍ଚିନ୍ତକୋଇଲି ବ୍ଲକ ସହଶକ୍ଷାଧିକାରୀ ଲକ୍ଷ୍ମଣ କୁମାର ଲେଙ୍କା, ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ନାୟକ, ଅନ୍ୟତମ ଅତିଥି ଭାବେ ପ୍ରାକ୍ତନ ସିଆରସିସି ଶାନ୍ତନୁ କୁମାର କର ପ୍ରମୁଖ ଯୋଗଦେଇଥିଲେ। ଶିକ୍ଷକ ଅମୂଲ୍ୟ କୁମାର ମହାନ୍ତି ପରିଚୟ ପ୍ରଦାନ କରିଥିଲା ବେଳେ ଦେବ ପ୍ରସାଦ କର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୋଟ ୧୫ଟି ସ୍କୁଲର ବହୁ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରି ବକ୍ତୁତା, ସଂଗୀତ, ସାଧାରଣ ଜ୍ଞାନ, ସୁନ୍ଦର ହସ୍ତାକ୍ଷର, ନୃତ୍ୟ, ପ୍ରବନ୍ଧ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ବରିଷ୍ଠ ଶିକ୍ଷକ ପରମାନନ୍ଦ ଭୂୟାଁ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories