www.samajalive.in
Monday, December 15, 2025
27.1 C
Bhubaneswar

ଆସନ୍ତା ୨୯ରେ ଜାତୀୟ ଶିକ୍ଷା ନୀତିର ତୃତୀୟ ବାର୍ଷିକୀ ସମାରୋହ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ନୂଆଦିଲ୍ଲୀର ପ୍ରଗତି ମୈଦାନ ସ୍ଥିତ ଆଇଟିପିଓ ଠାରେ ଦ୍ୱିତୀୟ ଅଖିଳ ଭାରତୀୟ ଶିକ୍ଷା ସମାଗମକୁ ଉଦଘାଟନ କରିବେ। ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ର ତୃତୀୟ ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ପ୍ରଧାନମନ୍ତ୍ରୀ ଏହି ଅବସରରେ ବିଭିନ୍ନ ଯୋଜନାର ଶୁଭାରମ୍ଭ କରିବେ। ଜାତୀୟ ଶିକ୍ଷାନୀତି ୨୦୨୦ କାର୍ଯ୍ୟକାରୀ କରିବା ଲାଗି ଆଲୋଚନା, ବିଚାର ବିମର୍ଶ କରିବା ଏବଂ ଦୃଷ୍ଟିକୋଣ, ରଣନୀତି, ସଫଳତା କାହାଣୀ ତଥା ଶ୍ରେଷ୍ଠ ପଦ୍ଧତିକୁ ବାଣ୍ଟିବା ଲାଗି ଏହି ସମାଗମ କାର୍ଯ୍ୟକ୍ରମ ବିଦ୍ୟାଳୟ, ଉଚ୍ଚ ଶିକ୍ଷାନୁଷ୍ଠାନ, କୌଶଳ ବିକାଶ ସଂସ୍ଥାର ବିଶେଷଜ୍ଞମାନଙ୍କୁ ଏକ ମଞ୍ଚ ଯୋଗାଇ ଦେବ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories