www.samajalive.in
Tuesday, December 9, 2025
19.1 C
Bhubaneswar

ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି: ଟାସ୍କଫୋର୍ସ ପୁର୍ନଗଠନ କଲେ ସରକାର

ଭୁବନେଶ୍ବର: ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଥିପାଇଁ ଆଜି ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି। ଏହାସହିତ ୬ଟି ଥିମେଟିକ୍ ସବକମିଟି ଗଠିତ ହୋଇଥିବା ସୂଚନା ଦିଆଯାଇଛି। ଟିଚର୍ସ ଏଜୁକେସନ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଜାତୀୟ ଶିକ୍ଷା ନୀତି-୨୦୨୦ର ନୋଡାଲ ଅଫିସର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଆବାହକ ସଦସ୍ୟ ଭାବେ ସାମିଲ କରାଯାଇଛି ।

ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜାତୀୟ ଶିକ୍ଷା ନୀତି-୨୦୨୦କୁ ରାଜ୍ୟରେ କାର୍ଯ୍ୟକାରୀ କରିବା ନିମନ୍ତେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କଫୋର୍ସ ପୁର୍ନଗଠନ କରାଯାଇଛି । ଏହି ଟାସ୍କଫୋର୍ସରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ, ଅନୁସୂଚିତ ଜାତି ଓ ଜନଜାତି ବିଭାଗର ପ୍ରମୁଖ ସଚିବ, ପଂଚାୟତିରାଜ ବିଭାଗର ପ୍ରମୁଖ ସଚିବ,ଅର୍ଥ ବିଭାଗର ପ୍ରମୁଖ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ସଚିବ, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ୍ ଅଫ ଏଜୁକେସନର ପ୍ରନ୍ସିପାଲଙ୍କୁ ଏକ୍ସଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories