www.samajalive.in
Saturday, December 6, 2025
23.1 C
Bhubaneswar

ଖୁବ୍ ଶୀଘ୍ର ଲାଗୁ ହେବ ଜାତୀୟ ଶିକ୍ଷା ନୀତି -୨୦୨୦: ଉଚ୍ଚଶିକ୍ଷା ମନ୍ତ୍ରୀ

ଡ଼େସ୍କ: ରାଜ୍ୟରେ ଉଚ୍ଚଶିକ୍ଷା ବ୍ୟବସ୍ଥାରେ ଜାତୀୟ ଶିକ୍ଷା ନୀତି -୨୦୨୦ ପ୍ରଣୟନ ନେଇ ରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱବିଦ୍ୟାଳୟର ପ୍ରସ୍ତୁତି ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ତଥା କର୍ମଶାଳା ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ରାଜ୍ୟ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ,ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।  ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଓଡିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର କାର୍ଯ୍ୟ ନିର୍ବାହୀ ସଦସ୍ୟ ପ୍ରଫେସର ଡଃ. ସୁସ୍ମିତ ପ୍ରସାଦ ପାଣି ଏବଂ ପ୍ରଫେସର ଡଃ. ଅତନୁ ପତିଙ୍କ ସମେତ ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନେ ଅଂଶଗ୍ରହଣ କରିଥିଲେ।

ଆଲୋଚନାରେ ଅଂଶ ଗ୍ରହଣ କରି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ କହିଥିଲେ ଯେ, ଜାତୀୟ ଶିକ୍ଷା ନୀତି ୨୦୨୦ ପ୍ରଣୟନ ପାଇଁ ଖୁବ୍ କମ ଦିନ ମଧ୍ୟରେ ବିଭିନ୍ନ ବିଶ୍ୱବିଦ୍ୟାଳୟ ତରଫରୁ ଯେଉଁ ପଦକ୍ଷେପ ନିଆଯାଇଛି, ତାହା ପ୍ରସଂଶନୀୟ। ଏହି ନୀତି ବିଭିନ୍ନ କ୍ଷେତ୍ରରେ ଶିକ୍ଷା ବ୍ୟବସ୍ଥାରେ ପରିଲକ୍ଷିତ ହେଉଥିବା ଅସୁବିଧା ଓ ଅଭାବକୁ ଦୂର କରିବା ଏବଂ ଶିକ୍ଷକ ଆବଶ୍ୟକତା ପୂରଣ କରିବାରେ ସହାୟକ ହେବ। ଆଗାମୀ ୧ରୁ ୩  ସପ୍ତାହ ମଧ୍ୟରେ ଏ ସଂପର୍କରେ ଶୀର୍ଷସ୍ତରରେ ଆଲୋଚନା କରାଯାଇ ଖୁବ୍ ଶୀଘ୍ର ରାଜ୍ୟରେ ଏହି ନୀତି ଲାଗୁ କରାଯିବ ବୋଲି ସେ କହିଛନ୍ତିରାଜ୍ୟରେ ଏହି ନୀତି ଶତ  ପ୍ରତିଶତ ପ୍ରଣୟନ କରାଯାଇ ଯେପରି ଓଡିଶା ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିବ, ସେଥିପ୍ରତି ସେ  ଗୁରୁତ୍ୱ ଦେଇଥିଲେ। ଏହାର କାର୍ଯ୍ୟାନ୍ୱୟନରେ ଯେଉଁ ସମସ୍ୟା ରହିବ, ତାହାକୁ ପର୍ଯ୍ୟାୟ କ୍ରମେ ତତ୍କାଳ ସମାଧାନ କରାଯିବ ବୋଲି ମନ୍ତ୍ରୀ ମଧ୍ୟ ପ୍ରକାଶ କରିଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories