www.samajalive.in
Sunday, December 7, 2025
15.1 C
Bhubaneswar

ନେପାଳରେ ନଦୀକୁ ଖସିଲା ବସ୍ ,୧୨ ମୃତ

ନୂଆଦିଲ୍ଲୀ: ନେପାଳ ଡାଙ୍ଗ ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ପୋଲ ଉପରେ ଯାଉଥିବାବେଳେ ନଦୀ ମଧ୍ୟକୁ ଖସିପଡିଛି। ଫଳରେ ଏହି ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବସଟି ବାଙ୍କେର ନେପାଳଗଞ୍ଜରୁ କାଠମାଣ୍ଡୁକୁ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ବସରେ ୨୨ଜଣ ଯାତ୍ରୀ ରହିଥିଲେ ।

ମୃତକଙ୍କ ମଧ୍ୟ ଦୁଇ ଜଣ ଭାରତୀୟ ରହିଛନ୍ତି। ଜଣେ ବିହାରର ଯୋଗେନ୍ଦ୍ର ରାମ ହୋଇଥିବାବେଳେ ଅନ୍ୟ ଜଣେ ଉତ୍ତର ପ୍ର​‌ଦେଶର ହୋଇଥିବା ଜଣାପଡିଛି। ଅନ୍ୟ ଆହତ ମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଯାତ୍ରୀବାହୀ ବସଟି ଏକ ପାହାଡରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସନ୍ଦେହ କରାଯାଉଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories