www.samajalive.in
Sunday, December 7, 2025
26.1 C
Bhubaneswar

ନେପାଳ,ତିବ୍ଦତ ଭୂକମ୍ପ ; ମୃତ୍ୟୁ ସଂଖ୍ୟା ୫୩କୁ ବୃଦ୍ଧି

ନୂଆଦିଲ୍ଲୀ : ନେପାଳ,ତିବ୍ଦତ ସମେତ ଉତ୍ତର ଭାରତର ଅନେକ ସ୍ଥାନରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢୁଛି ମୃତ୍ୟୁ ସଂଖ୍ୟା । ନେପାଳ ସୀମା ଓ ତିବ୍ଦତରେ ଅନେକ ବିରାଟକାୟ କୋଠା ଭୁଶୁଡି ପ୍ରାୟ ୫୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତାହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି ଆଶଙ୍କା କରାଯାଉଛି । ବର୍ତ୍ତମାନ ମଧ୍ୟ ଉଦ୍ଧାରକାର୍ଯ୍ୟ ଜାରି ରହିଛି ।
ସୂଚନାନୁଯାୟୀ, ନେପାଳରେ ମଙ୍ଗଳବାର ସକାଳେ  ୬ଟା ୩୫ରେ ଅନୁଭୂତ ହୋଇଥିବା ୭.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଲଗାତାର ୭ ଥର ଅନୁଭୂତ ହୋଇଥିଲା । ଏଥିରେ ଅନେକ ବୃହତ୍ତକାୟ କୋଠା ଭୁଶୁଡିବାରୁ ଏହା ତଳେ ଅନେକ ଲୋକେ ଚାପି ହୋଇ ରହିଥିଲେ। ଏବେ ମଧ୍ୟ ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ମିଳିଛି।

ଜାନୁଆରୀ ୧୦ ଏକାଦଶୀରେ ଅତ୍ୟନ୍ତ ଶୁଭ ଯୋଗ ; ଏହି ୫ ରାଶି ହେବେ ଭାଗ୍ୟଶାଳୀ..

ଦେଶରେ ବୃଦ୍ଧି ପାଉଛି ଏଚ୍‌ଏମ୍‌ପିଭି ଭୂତାଣୁ ; ଆଉ ୨ ଚିହ୍ନଟ, ମୋଟ ସଂକ୍ରମିତ ୮

- Advertisement -

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories