କାଠମାଣ୍ଡୁ : ନେପାଳର ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କ ପତ୍ନୀ ସୀତା ଦହଲଙ୍କ ବିୟୋଗ ହୋଇଥିବା ଜଣାପଡ଼ିଛି। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ମଧୁମେହ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ। କାଠମାଣ୍ଡୁର ନରଭିକ୍ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତାଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ବିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି।
श्रीमती सीता दाहालको दुःखद निधन भएको खबरले मर्माहत भएको छु । @cmprachanda प्रति हार्दिक समवेदना प्रकट गर्दै दिवंगत आत्मालाई चिरशान्ति मिलोस् भनी प्रार्थना गर्दछु ।
ॐ शान्ति।
— Narendra Modi (@narendramodi) July 12, 2023



