www.samajalive.in
Saturday, December 6, 2025
15.1 C
Bhubaneswar

ମାର୍ଚ୍ଚ ୫ରେ ନେପାଳରେ ରାଷ୍ଟ୍ରପତି ନିର୍ବାଚନ

କାଠମାଣ୍ଡୁ : ମାର୍ଚ୍ଚ ୫ରେ ନେପାଳରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ ବୋଲି ସେଠାକାର ନିର୍ବାଚନ କମିସନ ଶୁକ୍ରବାର ଘୋଷଣା କରିଛନ୍ତି। ଅପରପକ୍ଷରେ ମାର୍ଚ୍ଚ ୧୬ରେ ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଦେଶର ପ୍ରମୁଖ ରାଜନୈତିକ ଦଳଗୁଡିକ ସହ ଆଲୋଚନା କରିବାପରେ କମିସନ ଏହି ତାରିଖ ଚୂଡାନ୍ତ କରିଛନ୍ତି। ତେବେ ନବନିଯୁକ୍ତ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲିଙ୍କ ଅଧ୍ୟକ୍ଷତାରେ ଗଠିତ କ୍ୟାବିନେଟ ବୈଠକର ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣାପଡିଛି। ୨୦୧୫ ଅକ୍ଟୋବରରେ ଶ୍ରୀମତୀ ବିଦ୍ୟା ଦେବୀ ଭଣ୍ଡାରୀ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ନିର୍ବାଚିତ ହୋଇଥିଲେ। ନୂତନ ପାର୍ଲାମେଣ୍ଟ ଗଠନ ହେବାସହିତ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହୋଇଛି। ସିପିଏନ-ୟୁଏମଏଲ ଦଳର ନେତା କେ.ପି.ଶର୍ମା ଓଲି ଗୁରୁବାର ଦ୍ୱିତୀୟ ଥର ପାଇଁ ନେପାଳ ପ୍ରଧାନମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories