www.samajalive.in
Sunday, December 14, 2025
19.1 C
Bhubaneswar

ସଂଗ୍ରାମ ଓ ଦେଶାତ୍ମବୋଧରେ ନେତାଜୀଙ୍କ ନାମ ସର୍ବାଗ୍ରେ ରହିଛି ଓ ରହିଥିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନେତାଜୀ ଥିଲେ ଅଦମ୍ୟ ସାହସର ମୂର୍ତ୍ତିମନ୍ତ ପ୍ରତୀକ । ତାଙ୍କ ଜନ୍ମର ୧୦୦ ବର୍ଷ ପରେ ମଧ୍ୟ ଯେତେବେଳେ ସଂଗ୍ରାମ ଓ ଦେଶାତ୍ମବୋଧର ଆଲୋଚନା ହୁଏ, ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମ ସର୍ବାଗ୍ରେ ରହିଥାଏ  ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କଟକ ଠାରେ ପରାକ୍ରମ ଦିବସ ପାଳନ ଅବସରରେ କହିଛନ୍ତି।
ବାରବାଟୀ ଦୁର୍ଗର ସତ୍ୟବ୍ରତ ଷ୍ଟାଡିୟମ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ଆୟୋଜିତ ପରାକ୍ରମ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ, ବ୍ରିଟିଶ ଶାସନ ବିରୋଧରେ ନେତାଜୀଙ୍କ ବୀରତ୍ୱ ଓ ଯୁଦ୍ଧ କୌଶଳ ଦେଶର ସ୍ୱାଧୀନତା ପାଇଁ ଏକ ମୁଖ୍ୟ କାରଣ ଥିଲା।  ଓଡିଶାର ଏହି ବୀର ସନ୍ତାନଙ୍କ ଜନ୍ମ ସହରରେ ତାଙ୍କ ଜନ୍ମ ଦିବସକୁ ପାଳନ କରିବା ଆମ ପାଇଁ ବଡ ସୌଭାଗ୍ୟର ଅବସର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଆଜି ତାଙ୍କ ଜନ୍ମ ସହର କଟକ  ସାରା ଦେଶରେ ଗର୍ବିତ। କଟକର ଓଡିଆ ବଜାର ହେଉଛି ନେତାଜୀଙ୍କ ଜନ୍ମସ୍ଥାନ। ତାଙ୍କ ବାଲ୍ୟ ଜୀବନ ଏହିଠାରେ ହିଁ କଟିଛି। ରେଭେନ୍ସା କଲିଜିଏଟ୍ ସ୍କୁଲର ସେ ଜଣେ ମେଧାବୀ ଛାତ୍ର ଥିଲେ। କଟକରୁ ହିଁ ନେତାଜୀ ସୁଭାଷଙ୍କ ହୃଦୟରେ ଇଂରେଜ ମାନଙ୍କ ବିରୋଧରେ ବିଦ୍ରୋହର ଗୁଞ୍ଜରଣ ସୃଷ୍ଟି ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସରରେ କାର୍ଯ୍ୟକ୍ରମରେ ଉପସ୍ଥିତ ଆଇ.ଏନ.ଏ ଭେଟେରାନ ଲେପ୍ଟନାଣ୍ଟ ଆର୍. ମାଧବନ ପିଲାଇଙ୍କୁ ମୁଖ୍ୟମନ୍ତ୍ରୀ ସଭାମଞ୍ଚରୁ ଓହ୍ଲାଇ ସମ୍ବର୍ଦ୍ଧିତ କରିଥିଲେ। ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଓଡିଶା ସରକାରଙ୍କ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଏକ ଭିଡିଓ ବାର୍ତ୍ତା ପ୍ରଦର୍ଶିତ ହୋଇଥିଲା। କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ସତ୍ୟବ୍ରତ ଷ୍ଟାଡିୟମ ଠାରେ ନେତାଜୀଙ୍କ ଜୀବନୀ ସମ୍ବନ୍ଧିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଛି।
କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ  ସୂର୍ଯ୍ୟବଂଶୀ ସୂରଜ, କଟକ ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ସିଂହଦେଓ, କେନ୍ଦ୍ର ସଂସ୍କୃତି ସଚିବ ଅରୁଣିଶ ଚାୱଲା ପ୍ରମୁଖ ଉପସ୍ଥିତ ଥିଲେ। ଆଇ.ଏନ୍.ଏ ଟ୍ରଷ୍ଟର ଅଧ୍ୟକ୍ଷ ବ୍ରିଗେଡିଅର ଆର.ଏସ୍ ଚିକାରା ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗର ମହାନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।
ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚିବା ପରେ ପ୍ରଥମେ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ଜନ୍ମସ୍ଥଳୀକୁ ଯାଇ ନେତାଜୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏକ ଚିତ୍ରକଳା ପ୍ରଦର୍ଶନୀ ବୁଲି ଦେଖିଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories