www.samajalive.in
Sunday, December 14, 2025
26.1 C
Bhubaneswar

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ

ଡେସ୍କ: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ୍ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆସନ୍ତାକାଲି ଅର୍ଥାତ ଜାନୁଆରୀ ୨୩ ତାରିଖରେ ପାଳନ କରାଯିବ। ଏହି ପରିପ୍ରେକ୍ଷୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ଉଭୟ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯିବ ତଥା ସନ୍ଧ୍ୟା ୫ଟା ୩୦ରେ ଜୟଦେବ ଭବନରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ।

ଗୁରୁବାର ସକାଳ ୮ଟା ସମୟରେ ରସୁଲଗଡ ଛକ, ଭୁବନେଶ୍ବର ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନେ ମାଲ୍ୟାର୍ପଣ କରିବା ସହ ୮.୩୦ ମିନିଟରେ ଭିଏସଏସ ନଗର, ଭୁବନେଶ୍ବରରେ ଥିବା ସାଏଙ୍କ ପ୍ରତିମୂର୍ତ୍ତିରେ ବିଶିଷ୍ଟ ଅତିଥିମାନେ ମାଲ୍ୟାର୍ପଣ କରିବେ।

- Advertisement -

ପରେ ସନ୍ଧ୍ୟା ୫.୩୦ ମିନିଟରେ ଜୟଦେବ ଭବନରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସମ୍ମାନନୀୟ ଅତିଥି ଭାବେ ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାର ବିଧାୟକ ଓ ମୁଖ୍ୟ ବକ୍ତା ଭାବେ ପୂର୍ବତନ ପ୍ରଶାସକ ତଥା ସାହିତ୍ୟିକ ନିରଞ୍ଜନ ସାହୁ ଯୋଗଦେବେ।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories