www.samajalive.in
Tuesday, December 9, 2025
16.1 C
Bhubaneswar

ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ : ରାୟଗଡାର ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ଘଟିଛି । ନେତ୍ରାନନ୍ଦଙ୍କ ମୃତ୍ୟୁ ନେଇ କୋରାପୁଟ ମଣ୍ଡଳ କାରାଗାରର ଜେଲର ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ସଜା କାଟୁଥିବା ନେତ୍ରାନନ୍ଦ ଦଣ୍ଡସେନା ଗତକାଲି ରାତିରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା କୋରାପୁଟ ଜେଲ୍ ଅଧୀକ୍ଷକ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ୨୦୧୩ ଅକ୍ଟୋବର ୨୭ରେ ଟିକିରି ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା । ଏହି ମାମଲା ନେଇ ରାଜ୍ୟରେ ବେଶ ହଟଚମଟ ହୋଇଥିଲା । ଏହି ମାମଲାରେ କାଶୀପୁର ବ୍ଲକର ସ୍କୁଲ ଏସ୍‌ଆଇ ନେତ୍ରାନନ୍ଦ ଦଣ୍ଡସେନାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ କୋର୍ଟ। ୨୦୧୬ ଏପ୍ରିଲ ୨୬ରେ ନେତ୍ରାନନ୍ଦ ଦୋଷୀ ସାବ୍ୟସ୍ତ ହୋଇ କୋରାପୁଟରେ ଜେଲରେ ଆଜୀବନ ସଜା କାଟୁଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories