www.samajalive.in
Monday, December 15, 2025
24.1 C
Bhubaneswar

ରାଜ୍ୟରେ ନୂଆ ୧୭୪୨ କୋଭିଡ ସଂକ୍ରମିତ ଚିହ୍ନଟ: ୨ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କୋଭିଡ-୧୯ର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଏବେ ନିୟନ୍ତଣ ବାହାରକୁ ଯିବା ସ୍ଥିତିରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୧୭୪୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୨୬ଜଣ ରହିଥିବା ଜଣାଯାଇଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଜଣଙ୍କର କରୋନାରେ ମୃତ୍ୟୁ ଘଟିଛି।
ସରକାରୀ ସୂତ୍ରରୁ ପ୍ରାପ୍ତ ସୂଚନା ଅନୁଯାୟୀ ମୋଟ ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡରୁ ସର୍ବାଧିକ ୨୬୮ ଜଣଙ୍କୁ ଚିହ୍ନଟ କରାଯାଇଥିବାବେଳେ ଖୋର୍ଦ୍ଧାରେ ୨୦୪ ଜଣ, ବାଲେଶ୍ୱରରେ ୧୫୮, ସମ୍ବଲପୁରରେ ୧୨୧ ଜଣ ରହିଛନ୍ତି। ଏଥିସହିତ କଳାହାଣ୍ଡିରୁ ୧୧୪, କଟକରୁ ୫୮, ଝାରସୁଗୁଡା ୪୩ ଏବଂ ଯାଜପୁର ଜିଲାରୁ ୩୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ପୁରୀରୁ ୫୪, କେନ୍ଦୁଝରରୁ ୫୩, ଅନୁଗୁଳରୁ ୪୩, ମୟୁରଭଞ୍ଜରୁ ୩୯ ଜଣ ଏବଂ ଷ୍ଟେଟପୁଲରୁ ୪୬ ଜଣ କୋଭିଡ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। କରୋନାରେ ମୃତ୍ୟୁ ଘଟିଥିବା ଦୁଇଜଣ ନୂଆପଡା ଜିଲାର ବୋଲି ଜଣାଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୧୯୨୮କୁ ବୃଦ୍ଧିପାଇଛି। ତାହାସହିତ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୫୧,୩୦୨କୁ ବୃଦ୍ଧିପାଇଛି। ସେମାନଙ୍କ ମଧ୍ୟରୁ ୩,୪୦,୦୬୨ ଜଣ ସୁସ୍ଥ ହୋଇଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୨୫୯ ରହିଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories