www.samajalive.in
Tuesday, December 9, 2025
17.1 C
Bhubaneswar

ଭୁବନେଶ୍ବରରେ ବଢୁଛି ଲୋକାଲ୍ କେସ୍, ଆଜି ଚିହ୍ନଟ ୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଲୋକାଲ୍ କେସ୍

ଭୁବନେଶ୍ବର : ରାଜ୍ୟ ରାଜଧାନୀ ଭୁବନେଶ୍ବରରୁ ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶନିବାର ଭୁବନେଶ୍ବରରୁ ଚିହ୍ନଟ ୧୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଥିବା ବେଳେ ୪ ଜଣ ହୋମ୍ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ହୋଇଥିବା ୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ରେଲୱ କର୍ମଚାରୀ ରହିଛନ୍ତି। ସେମାନେ ସମସ୍ତେ ଦିଲ୍ଲୀରୁ ଫେରି ହୋମ କ୍ବାରେଣ୍ଟାଇନରେ ରହିଥିଲେ। ସେହିପରି ଆଜି ଚିହ୍ନଟ ହୋଇଥିବା ୧୫ ଟି ଲୋକାଲ କେସ୍ ମଧ୍ୟରୁ ଏକ ଘରୋଇ ହସ୍ପିଟାଲର ୩ମହିଳା ଓ ୩ପୁରୁଷ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଅନ୍ୟ ଏକ ଘରୋଇ ହସ୍ପିଟାଲରେ ମଧ୍ୟ ୨ କର୍ମଚାରୀ ଏବଂ ଜଣେ ସରକାରୀ ହସ୍ପିଟାଲ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡିଛି। ଡ଼ୁମୁଡ଼ୁମା ସୁବାସ ନଗର ବସ୍ତିରୁ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।  ଲକ୍ଷ୍ମୀବଜାର ବସ୍ତିର ଜଣେ ୯ ବର୍ଷୀୟ ବାଳକ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ମୋଟ ୧୮୪ ଜଣ କରୋନା ପଜିଟଭ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଅନ୍ୟ ୯୪ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories