www.samajalive.in
Sunday, December 7, 2025
15.1 C
Bhubaneswar

ପୁଣି ୨୦ ପଜିଟିଭ୍ ଚିହ୍ନଟ : ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ ପୁଣି ୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି । ଗଞ୍ଜାମରୁ୧୭, ସୁନ୍ଦରଗଡ଼ରୁ ୨ ଓ ବୌଦ୍ଧରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ଆଜି ଗୋଟିଏ ଦିନରେ ରାଜ୍ୟରୁ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି ।

ସୋମବାର ସକାଳୁ ରାଜ୍ୟରେ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ୩ଟି ଏବଂ ସନ୍ଧ୍ୟାରେ ୨୦ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସକାଳେ ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଜଣ ଥିବାବେଳେ ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲାରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିଲେ । ପରେ ଅପରାହ୍ନରେ ପରେ କଟକ, ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

- Advertisement -

ଫଳରେ ରା​ଜ୍ୟରେ​‌ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି । ୩୨୬ ଟି ସକ୍ରିୟ ମାମଲା ଥିବାବେଳେ ୮୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ଏବଂ ୩ ଜଣଙ୍କର ମୃତ୍ୟୁ ଘଟିଛି ।

ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇବା ପରେ  ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୧୫୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁରୂପ ଭାବରେ  ଯାଜପୁରରେ ୬୧, ଖୋର୍ଦ୍ଧାରେ ୫୦, ବାଲେଶ୍ୱରରେ ୪୨, ଭଦ୍ରକରେ ୩୧, ସୁନ୍ଦରଗଡରେ ୧୬ ଏବଂ  ଅନୁଗୋଳରେ ୧୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା ଓ  ମୟୁରଭଞ୍ଜରେ ୯ଜଣ ଲେଖାଏଁ, ଜଗତସିଂହପୁର ୫, ବୌଦ୍ଧ ୪,  ଓ ପୁରୀ ଓ କଟକରୁ ୩ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଅନ୍ୟପକ୍ଷରେ ବଲାଙ୍ଗୀର , ଝାରସୁଗୁଡା, କଳାହାଣ୍ଡି ଓ କେନ୍ଦୁଝରରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେବଗଡ, ଢେଙ୍କାନାଳ, କେରାପୁଟ ଓ ନୟାଗଡ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୩ହଜାର ୪୭୮ଟି ନମୁନା ପରୀକ୍ଷା କରାଯାଇଥିବାବେଳେ ସେଥିମଧ୍ୟରୁ ୪୧୪ଟି ପଜିଟିଭ ରହିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories